Masthead

ଓଡ଼ିଶାର ଦୁଇ ତିନି ଜଣ ନେତାଙ୍କୁ ସ୍ଥାନ ଦେବାକୁ ପ୍ରସ୍ତାବ ଦିଆଯିବ: ଶରତ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଚଳିତ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ଆସନ୍ତା ବର୍ଷ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଏହାର ନୂତନ ଦଳ ପ୍ରସ୍ତୁତ କରିଛି। କଂଗ୍ରେସର ନୂତନ କାର୍ଯ୍ୟ କମିଟିର ତାଲିକା ପ୍ରକାଶ ପାଇଛି। ଏଥିରେ ମୋଟ ୩୯ ଜଣଙ୍କୁ ସାମିଲ କରାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ କଂଗ୍ରେସ ୱାର୍କିଂ କମିଟି ଗଠନ କରିଛନ୍ତି। ତେବେ କଂଗ୍ରେସ କାର୍ଯ୍ୟକାରିଣୀ କମିଟିରେ ନାହାନ୍ତି ଓଡ଼ିଶାର କୌଣସି ନେତା । କେବଳ ୧୪ ଜଣିଆ ପ୍ରଭାରୀ ତାଲିକାରେ ଭକ୍ତ ଚରଣ ଦାସଙ୍କୁ ସ୍ଥାନ ଦିଆଯାଇଛି ।

ଯାହାକୁ ନେଇ ରାଜ୍ୟ କଂଗ୍ରେସରେ ଅସନ୍ତୋଷ ଦେଖିବାକୁ ମିଳିଛି । ଓଡ଼ିଶାକୁ ଏଆଇସିସି ସବୁବେଳେ ଉପେକ୍ଷିତ କରୁଥିବା ଅଭିଯୋଗ ଆଣିବା ସହ ଏନେଇ ରାହୁଲ ଗାନ୍ଧୀଙ୍କୁ ଚିଠି ଲେଖିବେ ବୋଲି କହିଛନ୍ତି ବିଧାୟକ ସୁରେଶ ରାଉତରାୟ । ଦିଲ୍ଲୀ ଯାଇ ଦୁଇ ତିନି ଜଣ ନେତାଙ୍କୁ ସ୍ଥାନ ଦେବା ପାଇଁ ମଲ୍ଲିକାର୍ଜୁନ ଖଡଗେଙ୍କୁ ପ୍ରସ୍ତାବ ଦେବେ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ସେପଟେ କାର୍ଯ୍ୟକାରିଣୀ କମିଟିରେ ରହିବା ନେଇ ରେସରେ ନଥିଲେ ବୋଲି କହିଛନ୍ତି ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’