Masthead

ଓଡ଼ିଶାର ଦୁଇ ତିନି ଜଣ ନେତାଙ୍କୁ ସ୍ଥାନ ଦେବାକୁ ପ୍ରସ୍ତାବ ଦିଆଯିବ: ଶରତ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଚଳିତ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ଆସନ୍ତା ବର୍ଷ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଏହାର ନୂତନ ଦଳ ପ୍ରସ୍ତୁତ କରିଛି। କଂଗ୍ରେସର ନୂତନ କାର୍ଯ୍ୟ କମିଟିର ତାଲିକା ପ୍ରକାଶ ପାଇଛି। ଏଥିରେ ମୋଟ ୩୯ ଜଣଙ୍କୁ ସାମିଲ କରାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ କଂଗ୍ରେସ ୱାର୍କିଂ କମିଟି ଗଠନ କରିଛନ୍ତି। ତେବେ କଂଗ୍ରେସ କାର୍ଯ୍ୟକାରିଣୀ କମିଟିରେ ନାହାନ୍ତି ଓଡ଼ିଶାର କୌଣସି ନେତା । କେବଳ ୧୪ ଜଣିଆ ପ୍ରଭାରୀ ତାଲିକାରେ ଭକ୍ତ ଚରଣ ଦାସଙ୍କୁ ସ୍ଥାନ ଦିଆଯାଇଛି ।

ଯାହାକୁ ନେଇ ରାଜ୍ୟ କଂଗ୍ରେସରେ ଅସନ୍ତୋଷ ଦେଖିବାକୁ ମିଳିଛି । ଓଡ଼ିଶାକୁ ଏଆଇସିସି ସବୁବେଳେ ଉପେକ୍ଷିତ କରୁଥିବା ଅଭିଯୋଗ ଆଣିବା ସହ ଏନେଇ ରାହୁଲ ଗାନ୍ଧୀଙ୍କୁ ଚିଠି ଲେଖିବେ ବୋଲି କହିଛନ୍ତି ବିଧାୟକ ସୁରେଶ ରାଉତରାୟ । ଦିଲ୍ଲୀ ଯାଇ ଦୁଇ ତିନି ଜଣ ନେତାଙ୍କୁ ସ୍ଥାନ ଦେବା ପାଇଁ ମଲ୍ଲିକାର୍ଜୁନ ଖଡଗେଙ୍କୁ ପ୍ରସ୍ତାବ ଦେବେ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ସେପଟେ କାର୍ଯ୍ୟକାରିଣୀ କମିଟିରେ ରହିବା ନେଇ ରେସରେ ନଥିଲେ ବୋଲି କହିଛନ୍ତି ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ