Masthead

ଧରାଦଉନି ଜିନ୍ନତ

ବାରିପଦା (ବଡ଼ ଖବର ବ୍ୟୁରୋ): ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ଚାଲିଛି କସରତ। ହେଲେ ସଫଳ ହେଉନାହିଁ ବନ ବିଭାଗ। ଜିନ୍ନତକୁ ୩-୪ ଥର ଟ୍ରାଙ୍କୁଲାଇଜ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ବିଫଳ ହୋଇଛି ବନ ବିଭାଗ। ସୁନ୍ଦରବନରୁ ଅଭିଜ୍ଞ ବାଘ ଧରାଳି ଫେଲ ମାରିବା ପରେ ଟ୍ରଙ୍କୁଲାଇଜ କରିବାରେ ବି ବିଫଳ ବନ ବିଭାଗ । ଟ୍ରଙ୍କୁଲାଇଜକରିବା ପାଇଁ ବାଘୁଣୀକୁ ଛେଳି ,ମଇଁଷି ଥୋପ ଦେବା ପରେ ବି ବାହାରକୁ ଆସୁନି ବାଘୁଣୀ । କାଜିରଙ୍ଗାରୁ ସ୍ଵତନ୍ତ୍ର ଟ୍ରଙ୍କୁଲାଇଜ ଟିମ୍ ଏବେ ପୁରୁଲିଆର ବିଦ୍ୱାନ ଜଙ୍ଗଲରେ ପହଞ୍ଚିଛନ୍ତି।

ତେବେ ଟ୍ରଙ୍କୁଲାଇଜ ବିଫଳ ପରେ ବାଘୁଣୀ ଉତ୍ତେଜିତ ହେଇ ଜନ ବସତି ଆଡ଼କୁ ପଳେଇ ଆସିବାର ଭୟ ରହିଛି। ଫଳରେ ପୁରୁଲିଆ ଝାଡଗ୍ରାମ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି। ବାଘୁଣୀ ଜିନ୍ନତକୁ ଟ୍ରାକ କରିବା ପାଇଁ ଲାଗିଛନ୍ତି ଦୁଇ ରାଜ୍ୟର ୩ଟି ଟିମ୍। ଓଡ଼ିଶାର ଗୋଟିଏ ଟିମ, ସୁନ୍ଦରବନ ଟିମ ସମେତ ପଶ୍ଚିମବଙ୍ଗର ଦୁଇଟି ଟିମ ଜିନ୍ନତ୍‌କୁ ଟ୍ରାକ୍ କରିବାରେ ଲାଗିଛନ୍ତି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି। ଯଦିଓ ଏବେ ଟ୍ରାଙ୍କୁଲାଇଜ ପାଇଁ ହାତୀର ସହାୟତା ନିଆଯାଇନି, ଆବଶ୍ୟକ ପଡ଼ିଲେ ସେ ବିକଳ୍ପ ବି ଆପଣାଯିବ। ଖୁବଶୀଘ୍ର ଶିମିଳିପାଳ ଅଭୟାରଣ୍ୟ ଫେରାଇ ଆଣିବାକୁ ସବୁ ପ୍ରକାର ଚେଷ୍ଟା କରାଯିବ ବୋଲି କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା