ଧରାଦଉନି ଜିନ୍ନତ

ବାରିପଦା (ବଡ଼ ଖବର ବ୍ୟୁରୋ): ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ଚାଲିଛି କସରତ। ହେଲେ ସଫଳ ହେଉନାହିଁ ବନ ବିଭାଗ। ଜିନ୍ନତକୁ ୩-୪ ଥର ଟ୍ରାଙ୍କୁଲାଇଜ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ବିଫଳ ହୋଇଛି ବନ ବିଭାଗ। ସୁନ୍ଦରବନରୁ ଅଭିଜ୍ଞ ବାଘ ଧରାଳି ଫେଲ ମାରିବା ପରେ ଟ୍ରଙ୍କୁଲାଇଜ କରିବାରେ ବି ବିଫଳ ବନ ବିଭାଗ । ଟ୍ରଙ୍କୁଲାଇଜକରିବା ପାଇଁ ବାଘୁଣୀକୁ ଛେଳି ,ମଇଁଷି ଥୋପ ଦେବା ପରେ ବି ବାହାରକୁ ଆସୁନି ବାଘୁଣୀ । କାଜିରଙ୍ଗାରୁ ସ୍ଵତନ୍ତ୍ର ଟ୍ରଙ୍କୁଲାଇଜ ଟିମ୍ ଏବେ ପୁରୁଲିଆର ବିଦ୍ୱାନ ଜଙ୍ଗଲରେ ପହଞ୍ଚିଛନ୍ତି।

ତେବେ ଟ୍ରଙ୍କୁଲାଇଜ ବିଫଳ ପରେ ବାଘୁଣୀ ଉତ୍ତେଜିତ ହେଇ ଜନ ବସତି ଆଡ଼କୁ ପଳେଇ ଆସିବାର ଭୟ ରହିଛି। ଫଳରେ ପୁରୁଲିଆ ଝାଡଗ୍ରାମ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି। ବାଘୁଣୀ ଜିନ୍ନତକୁ ଟ୍ରାକ କରିବା ପାଇଁ ଲାଗିଛନ୍ତି ଦୁଇ ରାଜ୍ୟର ୩ଟି ଟିମ୍। ଓଡ଼ିଶାର ଗୋଟିଏ ଟିମ, ସୁନ୍ଦରବନ ଟିମ ସମେତ ପଶ୍ଚିମବଙ୍ଗର ଦୁଇଟି ଟିମ ଜିନ୍ନତ୍‌କୁ ଟ୍ରାକ୍ କରିବାରେ ଲାଗିଛନ୍ତି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି। ଯଦିଓ ଏବେ ଟ୍ରାଙ୍କୁଲାଇଜ ପାଇଁ ହାତୀର ସହାୟତା ନିଆଯାଇନି, ଆବଶ୍ୟକ ପଡ଼ିଲେ ସେ ବିକଳ୍ପ ବି ଆପଣାଯିବ। ଖୁବଶୀଘ୍ର ଶିମିଳିପାଳ ଅଭୟାରଣ୍ୟ ଫେରାଇ ଆଣିବାକୁ ସବୁ ପ୍ରକାର ଚେଷ୍ଟା କରାଯିବ ବୋଲି କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’