ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଆସିକା ହିଂଜିଳିକାଟୁରେ ଅଘଟଣ । ନଦୀରେ ବୁଡି ଦୁଇ ନାବାଳକ ମୃତ । ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତ ଛାତ୍ର ଦୁଇ ଜଣ ହିଞ୍ଜିଳିକାଟୁ ପୌରାଞ୍ଚଳ ଗଜପତି ମାର୍ଗ ଅଞ୍ଚଳର ଆଦର୍ଶ ସାହୁ ଓ ପ୍ରୀତମ ସାମେଲି ଗାୟତ୍ରୀ ନଗରର ବୋଲି ଜଣାପଡିଛି ।
ଉଭୟ ଛାତ୍ର ଅନ୍ୟ ସାଥୀମାନଙ୍କ ସହ ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ଘୋଡ଼ାହାଡ଼ ନଦୀକୁ ଯାଇଥିଲେ। ବିସର୍ଜନ ସମୟରେ ଅସାବଧାନତା ଯୋଗୁଁ ନଦୀରେ ବୁଡ଼ି ଯାଇଥିଲେ। ଯାହାକୁ ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ପରେ ଦୁଇ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ । ଏହା ପରେ ହିଞ୍ଜିଳିକାଟୁ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
