Masthead

ଗାଧୋଇବା ସମୟରେ ଭାସିଗଲେ ୨ ଛାତ୍ର

ହାଟଡିହି(ବଡ଼ ଖବର ବ୍ୟୁରୋ):ଗାଧୋଉଥିବା ସମୟରେ ଅସାବଧାନତା ଯୋଗୁଁ ଭାସିଯାଇଥିଲେ ଦୁଇ ଛାତ୍ର । ସେମାନଙ୍କ ମଧ୍ୟରୁ ଜଣେ ଛାତ୍ରଙ୍କ ମୃତ ଦେହ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣଙ୍କ ପତ୍ତା ଏପର୍ଯ୍ୟନ୍ତ ମିଳିପାରିନାହିଁ । ଏପରି ଅଭାବନୀୟ ଘଟଣା ଘଟିଛି ହାଟଡ଼ିହି ବ୍ଲକ ପନ୍ଦାଡ଼ ଗାଁ ନିକଟରେ ଥିବା ବିଦ୍ୟାଧରପୁର ଆନନ୍ଦପୁର ମୁଖ୍ୟ କେନାଲରେ ।

ତେବେ ଭାସିଯାଇଥିବା ଛାତ୍ରଙ୍କ ମଧ୍ୟରୁ ଜଣେ ପନ୍ଦାଡ଼ ଗାଁର ଦଶମ ଶ୍ରେଣୀର ଛାତ୍ର ମାନସ ଦାସ ହୋଇଥିବା ବେଳେ ଅନ୍ୟ ଜଣକ ପଦରୁଖା ଗାଁର ନବମ ଶ୍ରେଣୀର ଛାତ୍ର ହିମାଂଶୁ ରାଉତ । କେନାଲରେ ଚାରି ଜଣ ଛାତ୍ର ଗାଧୋଇବାକୁ ଯାଇଥିବା ବେଳେ ଦୁଇଜଣ ଭାସିଯାଇ ନିଖୋଜ ହୋଇଛନ୍ତି । ଖବର ପାଇ ହାଟଡିହି ଓ ଆନନ୍ଦପୁର ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । ହିମାଂଶୁଙ୍କ ମୃତ ଦେହ ମିଳିଥିବା ବେଳେ ଅନ୍ୟଜଣେ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ