Masthead

ବିଜେଡି ସଭାରେ ଯୋଗଦେବା ପଡ଼ିଲା ମହଙ୍ଗା

ପାପଡାହାଣ୍ଡି (ବଡ଼ ଖବର ବ୍ୟୁରୋ): ବିଜେଡି ସଭାରେ ଯୋଗଦେବା ଦୁଇଜଣ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା । ନିର୍ବାଚନ ଆଦର୍ଶ ଆଚରଣ ବିଧି ଉଲଂଘନ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଡଃ କମଳଲୋଚନ ମିଶ୍ର ଦୁଇଜଣ ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି । ଗତ ୨୬ ତାରିଖ ଦିନ ବିଜେଡିର ବରିଷ୍ଠ ନେତା ଭି.କେ ପାଣ୍ଡିଆନଙ୍କ ନବରଙ୍ଗପୁର ଜିଲ୍ଲା ଗସ୍ତ ଅବସରରେ ବିଜେଡି ପକ୍ଷରୁ ସମାବେଶ ଆୟୋଜିତ ହୋଇଥିଲା।

ଏଥିରେ ଡାବୁଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ପାପଡ଼ାହାଣ୍ଡି ବ୍ଲକ ପିତାରିଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଗୌତମ ଚରଣ ସାହୁ ଏବଂ ଡାବୁଗାଁ ବ୍ଲକ ପୂଜାରୀଗୁଡ଼ା (ବି) ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ମନୋଜ କୁମାର ଭତରା ଯୋଗଦେଇଥିଲେ । ଏନେଇ ଜିଲ୍ଲା ବିଜେପି ପକ୍ଷରୁ ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ନିକଟରେ ୨ ଲିଖିତ ଅଭିଯୋଗ କରିଥିଲେ । ତୁରନ୍ତ ତଦନ୍ତ କରି ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାପାଳ ଏନେଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଠାରୁ ରିପୋର୍ଟ ପାଇବା ପରେ ଗୌତମ ଚରଣ ସାହୁ ଏବଂ ମନୋଜ କୁମାର ଭତରାଙ୍କୁ ନିଲମ୍ବିତ କରିଛନ୍ତି । ନିଲମ୍ବନ ପରେ ଦୁହିଁଙ୍କୁ ସଂପୃକ୍ତ ବ୍ଲକର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଅବସ୍ଥାପିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା