Masthead

ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ସେନା ଗୁଳିରେ ଦୁଇ ଆତଙ୍କବାଦୀ ନିପାତ

ଶ୍ରୀନଗର(ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀର ବାରମୁଲ୍ଲାରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ୨ ଆତଙ୍କବାଦୀ ନିପାତ । ଏନେଇ କାଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ବାରମୁଲ୍ଲା ଜିଲ୍ଲାର ୱାନିଗାଓଁ ପାଏନ କ୍ରେରି ଅଞ୍ଚଳରେ ଆତଙ୍କବାତୀଙ୍କ ଉପସ୍ଥିତି ନେଇ ସୁରକ୍ଷାବାହିନୀକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ସେହି ଅଞ୍ଚଳକୁ ଘେରାବନ୍ଦୀ କରି କାଶ୍ମୀର ପୋଲିସ ଓ ସୁରକ୍ଷାବାହିନୀଙ୍କ ମିଳିତ ସର୍ଚ୍ଚ ଅପରେସନ ଆରମ୍ଭ କାରିଥିଲେ । ଏହାପରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା ଫଳରେ ଦୁଇ ଆତଙ୍କବାଦୀ ନିପାତ ହୋଇଛନ୍ତି ।

ନିପାତ ହୋଇଥିବା ଦୁଇ ଆତଙ୍କବାଦୀ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡିଛି । ସେମାନଙ୍କ ନିକଟରୁ ଇକ ୪୭ ରାଇଫଲ ଏବଂ ପିସ୍ତଲ, ଗୁଳି ସମେତ ବହୁ ସାମଗ୍ରୀ ଜବତ ହୋଇଛି । ଶୋପିଆର ଜିଲ୍ଲାର ଶାକିର ମାଜିଦ୍ ନାଜର ଏବଂ ହାନାନ ଅହମ୍ମଦ ସେହ ନାମକ ଏହି ଆତଙ୍କବାଦୀମାନେ ନିଷିଦ୍ଧ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତାଇବାଙ୍କର(ଏଲଇଟି)ଅଟନ୍ତି। ଦୁହେଁ ମାର୍ଚ୍ଚ ୨୦୨୩ରେ ଆତଙ୍କବାଦୀ ଗୋଷ୍ଠୀରେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି