Masthead

ମନୀଷଙ୍କ ମୃତ୍ୟୁ ମାମଲାରେ ୨ ଯୁବକଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲା । ମନୀଷଙ୍କ ମୃତ୍ୟୁ ଘଟଣାରେ ପୋଲିସ ଖୋଳତାଡ କରିବା ଜାରି ରଖିଛି । ଏହି ମାମଲାରେ ପୋଲିସ ୫ ଜଣଙ୍କୁ ପଚରାଉଚରା କରୁଛି । ତେବେ ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରର ୨ ଜଣ ଥିବା ବେଳେ କନ୍ଧମାଳର ୩ ଜଣ ଅଛନ୍ତି । ଭୁବନେଶ୍ୱର ୨ ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଥିବା ବେଳେ କନ୍ଧମାଳ ଜିଲ୍ଲାର ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି ପୋଲିସ ।

ଏହି ଘଟଣାରେ ଆଜି ଫୁଲବାଣୀ ଟାଉନ ଥାନାରେ ୨ ଜଣ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କୁ ପୋଲିସ ପଚରାଉଚରା କରୁଥିବା ବେଳେ ଉଭୟଙ୍କୁ ଆଣିବାକୁ ଭୁବନେଶ୍ୱରର ଏକ ଟିମ ଯାଇଥିବା ଜଣାପଡିଛି । ଏ ନେଇ କନ୍ଧମାଳ ଏସଡିପିଓ କହିଛନ୍ତି, ଭୁବନେଶ୍ୱରରୁ ଏକ ଟିମ ଆସି ଗତକାଲି ଜଣେ ଯୁବକଙ୍କୁ ନେଇ ଯାଇଛନ୍ତି । ଆଉ ୨ ଜଣଙ୍କୁ ସେମାନେ ଖୋଜାଖୋଜି କରଥିବା ବେଳେ ସେମାନେ ଆଜି ସକାଳେ ଆତ୍ମସମର୍ପଣ କରିଛନ୍ତି ।

ଭୁବନେଶ୍ୱରରୁ ଏକ ଟିମ ସେମାନଙ୍କୁ ପଚରାଉଚରା କରିବାକୁ ଆସୁଛି । ସୂଚନା ଅନୁସାରେ, ଶନିବାର ବିଳମ୍ବିତ ରାତିରେ ମନୀଷ ପାତ୍ରପଡାସ୍ଥିତ ହୋଚେଲ ସାଉଥ୍ ସିଚିକୁ ଯାଇଥିଲେ । ଏହି ସମୟର ଭିଡିଓ ଏବେ ସାମ୍ନାକୁ ଆସିଛି । ଏହି ସବୁ ଘଟଣା ପରେ ମନୀଷଙ୍କ ମୃତଦେହ ପାତ୍ରପଡାର ଏକ ପୋଖରୀରୁ ମିଳିଥିଲା । ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଥିଲା ଯେ ମନୀଷଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ କାରଣରୁ ହୋଇଥିଲା । ମନୀଷଙ୍କ ଶରୀରରେ ବାହାରକୁ ଦେଖାଗଲା ଭଳି କୌଣସି କ୍ଷତଚିହ୍ନ ନାହିଁ । ତେବେ ମନୀଷ କିଭଳି ଶ୍ୱାସରୁଦ୍ଧ ହେଲା  ତାକୁ ନେଇ ଅନେକ ପ୍ରଶ୍ନ ସାମ୍ନାକୁ ଆସୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା