Masthead

ସୁପର ସଣ୍ଡେରେ ହେବ ସୁପର ଫାଇଟ୍, ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଅଣ୍ଡର ୧୯ କ୍ରିକେଟ ବିଶ୍ୱକପ ଫାଇନାଲ୍‌ ମ୍ୟାଚ୍ । ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ । ଦକ୍ଷିଣ ଆଫ୍ରିକା ବେନୋନିରେ ମୁହାଁମୁହିଁ ହେବେ ଉଭୟ ଦଳ । ଉଦୟ ଶରନଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଭାରତୀୟ ଅଣ୍ଡର ନାଇଣ୍ଟିନ୍ ଦଳ। ୬ଷ୍ଠ ଥର ଲାଗି ବିଶ୍ୱକପ୍ ଟ୍ରଫି ହାତେଇବାକୁ ଚେଷ୍ଟା କରିବ ଭାରତ ।୬ ବର୍ଷ ପରେ ଅଣ୍ଡର ୧୯ ଫାଇନାଲରେ କଙ୍ଗାରୁ ଟିମ୍ । ସେପଟେ ଚତୁର୍ଥ ଟାଇଟେଲ ଲକ୍ଷ୍ୟରେ କଙ୍ଗାରୁ ଦଳ । ଅପରାହ୍ନ ୧.୩୦ରେ ମ୍ୟାଚ ଆରମ୍ଭ ହେବ ।ତେବେ ପୂର୍ବ ରେକର୍ଡକୁ ଦେଖିଲେ ଅଷ୍ଟ୍ରେଲିଆ ତୁଳନାରେ ଭାରତର ପଲା ଭାରି ରହିଛି ।

୨୦୧୨ ଏବଂ ୨୦୧୮ରେ ଅଷ୍ଟ୍ରେଲିଆକୁ ହରାଇ ଭାରତ ଚାମ୍ପିୟନ ହୋଇଥିଲା । ଭାରତ ଏଯାଏ ୮ଥର ଫାଇନାଲ ଖେଳିଥିବା ବେଳେ ୫ଥର ଚାମ୍ପିୟନ ହୋଇଛି। ଦଳକୁ ୩ଥର ରନର୍ସ ଅପରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ସେହିପରି ଅଷ୍ଟ୍ରେଲିଆ ଅଣ୍ଡର ୧୯ ବିଶ୍ୱକପର ପ୍ରଥମ ସଂସ୍କରଣରେ ଚାମ୍ପିୟନ ହୋଇଥିଲା। ୧୯୮୮, ୨୦୦୨ ଓ ୨୦୧୦ରେ ଦଳ ଟ୍ରଫି କବଜା କରିଥିଲା। ୨୦୧୨ ଓ ୨୦୧୮ରେ ଦଳକୁ ଫାଇନାଲରେ ହାରିବାକୁ ପଡ଼ିଥିଲା। ତେଣୁ ଭାରତ ଏଥର ପୁଣି ଅଷ୍ଟ୍ରେଲିଆକୁ ହରାଇ ଟାଇଟେଲ ହାସଲ କରିବ ବୋଲି ଆଶାବାଦୀ ଅଛନ୍ତି କ୍ରିକେଟ ପ୍ରେମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ