Masthead

କରୋନା ଜାଲରେ ଉଦ୍ଧବ ଠାକରେଙ୍କ ପତ୍ନୀ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଦିନକୁ ଦନ ମାଡ଼ିବାରେ ଲାଗିଛି କରୋନା । ସ୍ଥିତି ଅଣାୟତ ହେବାରେ ଲାଗିଛି । ସର୍ବାଧିକ ସଂକ୍ରମିତ ମହାରାଷ୍ଟ୍ର ହେବାରେ ଲାଗିଛି । ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ପଜିଟଭ ଚିହ୍ନଟ ହେବା ସହ ମୃତକଙ୍କ ସଂଖ୍ୟା ବି ବଢିବାରେ ଲାଗିଛି । ଉଦ୍ଧବ ଠାକରେଙ୍କ ପରିବାର ଏବେ କରୋନା କବଳରେ ଆକ୍ରାନ୍ତ ହୋଇଛନ୍ତି ।

ପୂର୍ବରୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ତଥା ମନ୍ତ୍ରୀ ଆଦିତ୍ୟ ଠାକରେ ପଜିଟିଭ ଚିହ୍ନଟ ହେବା ପରେ ଏବେ ପତ୍ନୀ ରଶ୍ମୀ ଠାକରେ କରୋନା ସଂକ୍ରମିତ ହୋଇଛନ୍ତି । ସୋମବାର ତାଙ୍କ ଅସୁସ୍ଥ ଲାଗିବାରୁ ସେ ନିଜର ଟେଷ୍ଟ କରାଇଥିଲେ ଏବଂ ତାଙ୍କର ରିପୋର୍ଟ ପଜିଟିଭ ଆସିଥିଲା । ରିପୋର୍ଟ ପଜେଟିଭ ଆସିବା ପରେ ସେ ଏବେ ତାଙ୍କ ବାସଭବନରେ ସଙ୍ଘରୋଧ ଅବସ୍ଥାରେ ଅଛନ୍ତି ।

ଦେଶରେ ଟିକାକରଣ ଜାରି ରହିଥିବାବେଳେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏବଂ ତାଙ୍କ ପତ୍ନୀ ଟିକାର ପ୍ରଥମ ଡୋଜ ନେଇସାରିଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇ ନଗରପାଳିକା ୨୮ ଓ ୨୯ ତାରଖ ପାଇଁ କଟକଣା ଜାରି କରିଛନ୍ତି । ଗତ ୨୪ ଘଣ୍ଟାରେ ୩ ହଜାରରୁ ଅଧିକ ନୂଆ କେସ ସାମ୍ନାକୁ ଆସିଥିବାବେଳେ ୮ ଜଣଙ୍କ ଜୀବନ ନେଇଛି ଭାଇରସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ