Masthead

ନଭେମ୍ବର ୧ରୁ ୟୁଜି, ପିଜି କ୍ଲାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନଭେମ୍ବର ୧ରୁ ୟୁଜି (ସ୍ନାତକ) ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଶ୍ରେଣୀଗୃହରେ ଆରମ୍ଭ ହେବ । ସେହିପରି ନଭେମ୍ବର ୧୫ରୁ ପିଜି (ସ୍ନାତକୋତ୍ତର) ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଶ୍ରେଣୀ ଗୃହରେ ଆରମ୍ଭ ହେବ। ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି ଉଚ୍ଚ ଶିକ୍ଷା ସଚିବ ଶାଶ୍ୱତ ମିଶ୍ର। ୟୁଜି ଓ ପିଜିରେ ନୂଆକରି ନାମ ଲେଖାଇଥିବା ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପଢ଼ିବେ।

ତେବେ କୋଭିଡ୍ କଟକଣା ମାନି ଶ୍ରେଣୀଗୃହ ପାଠପଢ଼ା ନେଇ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ।ଉଚ୍ଚଶିକ୍ଷା ବିଭାଗ ସଚିବଙ୍କ ପକ୍ଷରୁ ଦିଆଯାଇଥିବା ଚିଠିରେ ଶ୍ରେଣୀଗୃହରେ ପାଠପଢ଼ା ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ସେମାନେ ନିୟମିତ ବ୍ୟବଧାନରେ ହାତ ସଫା କରିବେ। ଶ୍ରେଣୀ ଗୃହ, ପାଠାଗାର ତଥା ଲାବୋରଟୋରୀ ଗୁଡ଼ିକରେ ଛାତ୍ରଛାତ୍ରୀମାନେ ସେମାନଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରଖିବେ।

କେହି କଲେଜ ବା ବିଶ୍ୱବିଦ୍ୟାଳୟ ପରିସର ମଧ୍ୟରେ ବାହାରେ ଏଣେତେଣେ ଛେପ ପକାଇ ପାରିବେ ନାହିଁ। କାଶିବା ବା ଛିଙ୍କିବା ବେଳେ ରୁମାଲ ଆଦି ବ୍ୟବହାର କରିବାକୁ କୁହାଯାଇଛି। ତା’ସହିତ ଛାତ୍ରଛାତ୍ରୀମାନେ ନିଜ ସ୍ୱାସ୍ଥ୍ୟ ବିଷୟରେ ଯେପରି ସଚେତନ ରହିବେ, ସେଥିପାଇଁ ସେମାନଙ୍କୁ ପ୍ରୋତ୍ସାହିତ କରିବାକୁ ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ସେହିପରି ଜରୁରୀ ସ୍ଥିତି ପାଇଁ ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ଏକ ନିର୍ଦ୍ଦିଷ୍ଟ କଠୋରୀକୁ ପ୍ରସ୍ତୁତ ରଖିବାକୁ ଉଚ୍ଚଶିକ୍ଷା ସଚିବ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି।

ଶ୍ରେଣୀ ଗୃହ ପାଠପଢ଼ା ଆରମ୍ଭ କରିବା ସହିତ ହଷ୍ଟେଲ ଗୁଡ଼ିକୁ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ହଷ୍ଟେଲ୍ରେ ନାଁ ଲେଖାଇଛନ୍ତି, ସେମାନେ ସେଠାରେ ରହିପାରିବେ। ହଷ୍ଟେଲ୍ରେ ମଧ୍ୟ ସମସ୍ତ କୋଭିଡ୍ କଟକଣା ଯେମିତି ପାଳନ ହୁଏ, ତାହା ସୁନିଶ୍ଚିତ କରିବାକୁ ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ