Masthead

ଅନଲାଇନରେ ହେବ ୟୁଜି-ପିଜି ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରାଜ୍ୟରେ ଖୋଲିବନି କଲେଜ, ଅନଲାଇନରେ ହେବ ୟୁଜି-ପିଜି ପରୀକ୍ଷା । ଆସନ୍ତା ୨ ରୁ ୩ ମାସ ମଧ୍ୟରେ ତୃତୀୟ ଲହର ଆସିବା ଆଶଙ୍କା ଥିବାରୁ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲି କ୍ଲାସରେ ପରୀକ୍ଷା କରିବା ସମ୍ଭବ ନୁହେଁ । ତେଣୁ ଜୁଲାଇ ଓ ଅଗଷ୍ଟ ମାସରେ ଉଭୟ ୟୁଜି ଓ ପିଜି ଶ୍ରେଣୀର ଫାଇନାଲ ପରୀକ୍ଷା ଅନଲାଇନରେ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜ ପ୍ରିନ୍ସିପାଲମାନଙ୍କ ସହ ବିଚାରବିମର୍ଶ ପରେ ବିଭାଗ ପକ୍ଷରୁ ଏନେଇ ଆନୁଷ୍ଠାନିକ ସୂଚନା ଦିଆଯାଇଛି।

ଅନ୍ୟ ଶ୍ରେଣୀର କ୍ଲାସ୍ ପ୍ରମୋସନ୍ ଅବା ସେମିଷ୍ଟାର ପରୀକ୍ଷା କେବେ ହେବ ସେ ନିଷ୍ପତ୍ତି ପରେ ନିଆଯିବ ବୋଲି ବିଭାଗ କହିଛି। ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜର ପ୍ରିନ୍ସିପାଲମାନଙ୍କୁ ଚିଠି ଲେଖି ୨୦୨୦-୨୧ ଶିକ୍ଷା ବର୍ଷରେ ୟୁଜି ଓ ପିଜି ଶ୍ରେଣୀର ଫାଇନାଲ ପରୀକ୍ଷା ଅନଲାଇନ୍ ମାଧ୍ୟମରେ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି । ପରୀକ୍ଷା ଫଳ ଅଗଷ୍ଟ ଓ ସେପ୍ଟେମ୍ବର ମାସରେ ପ୍ରକାଶ ପାଇବ। ଯେଉଁମାନଙ୍କର ବ୍ୟାକପେପର ଥିବ ସେମାନେ ଅନଲାଇନରେ ଜୁଲାଇ -ଅଗଷ୍ଟରେ ପରୀକ୍ଷା ଦେବେ। ପରୀକ୍ଷା କେବେ ହେବ ତାହା ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷ ସ୍ଥିର କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ