Masthead

ଅନଲାଇନରେ ହେବ ୟୁଜି-ପିଜି ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରାଜ୍ୟରେ ଖୋଲିବନି କଲେଜ, ଅନଲାଇନରେ ହେବ ୟୁଜି-ପିଜି ପରୀକ୍ଷା । ଆସନ୍ତା ୨ ରୁ ୩ ମାସ ମଧ୍ୟରେ ତୃତୀୟ ଲହର ଆସିବା ଆଶଙ୍କା ଥିବାରୁ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲି କ୍ଲାସରେ ପରୀକ୍ଷା କରିବା ସମ୍ଭବ ନୁହେଁ । ତେଣୁ ଜୁଲାଇ ଓ ଅଗଷ୍ଟ ମାସରେ ଉଭୟ ୟୁଜି ଓ ପିଜି ଶ୍ରେଣୀର ଫାଇନାଲ ପରୀକ୍ଷା ଅନଲାଇନରେ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜ ପ୍ରିନ୍ସିପାଲମାନଙ୍କ ସହ ବିଚାରବିମର୍ଶ ପରେ ବିଭାଗ ପକ୍ଷରୁ ଏନେଇ ଆନୁଷ୍ଠାନିକ ସୂଚନା ଦିଆଯାଇଛି।

ଅନ୍ୟ ଶ୍ରେଣୀର କ୍ଲାସ୍ ପ୍ରମୋସନ୍ ଅବା ସେମିଷ୍ଟାର ପରୀକ୍ଷା କେବେ ହେବ ସେ ନିଷ୍ପତ୍ତି ପରେ ନିଆଯିବ ବୋଲି ବିଭାଗ କହିଛି। ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜର ପ୍ରିନ୍ସିପାଲମାନଙ୍କୁ ଚିଠି ଲେଖି ୨୦୨୦-୨୧ ଶିକ୍ଷା ବର୍ଷରେ ୟୁଜି ଓ ପିଜି ଶ୍ରେଣୀର ଫାଇନାଲ ପରୀକ୍ଷା ଅନଲାଇନ୍ ମାଧ୍ୟମରେ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି । ପରୀକ୍ଷା ଫଳ ଅଗଷ୍ଟ ଓ ସେପ୍ଟେମ୍ବର ମାସରେ ପ୍ରକାଶ ପାଇବ। ଯେଉଁମାନଙ୍କର ବ୍ୟାକପେପର ଥିବ ସେମାନେ ଅନଲାଇନରେ ଜୁଲାଇ -ଅଗଷ୍ଟରେ ପରୀକ୍ଷା ଦେବେ। ପରୀକ୍ଷା କେବେ ହେବ ତାହା ବିଶ୍ୱବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷ ସ୍ଥିର କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍