Masthead

ଏକଜିଟ୍ ପୋଲରେ ଋଷି ସୁନକ୍‌ଙ୍କୁ ଝଟକା, ବଦଳିବ କି ଋଷି ସୁନକଙ୍କ ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବ୍ରିଟେନରେ ଜୁଲାଇ ୪ ରେ କୋଟି କୋଟି ଭୋଟର ଏକ ନୂତନ ସରକାର ବାଛିବା ପାଇଁ ଭୋଟ୍ ଦେଇଥିଲେ। ଆଜି ନିର୍ବାଚନ ଫଳାଫଳ ଆସୁଛି । ବ୍ରିଟେନରେ ନୂତନ ସରକାର ପାଇଁ ଭୋଟ୍ ଗଣନା କରାଯାଉଛି। ଏଥି ସହିତ, ଏଥର ବ୍ରିଟେନରେ ରାଜନୈତିକ ପରିବର୍ତ୍ତନ ଦେଖିବାକୁ ମିଳିପାରେ, କାରଣ ମତଦାନରୁ ଜଣାପଡିଛି ଯେ କିର ଷ୍ଟାରମର ଲେବର ପାର୍ଟି କ୍ଷମତାକୁ ଆସିବ ଏବଂ ଋଷି ସୁନକ୍‌ଙ୍କ କଞ୍ଜରଭେଟିଭ୍‌ ପାର୍ଟିକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିପାରେ। ଦୀର୍ଘ ୧୪ ବର୍ଷର ବ୍ୟବଧାନ ପରେ କ୍ଷମତା ପରିବର୍ତ୍ତନ ହେବାକୁ ଯାଉଛି। ଲେବର ପାର୍ଟି ଐତିହାସିକ ବିଜୟ ଦିଗରେ ଅଗ୍ରସର ହେବା ସହ କ୍ଷମତାକୁ ଫେରୁଛି। ଲେବର ପାର୍ଟି ନେତା କିର୍‌ ଷ୍ଟାର୍ମର ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ହୋଇପାରନ୍ତି।

ତେବେ ବ୍ରିଟେନ୍‌ର ଶାସକ କଞ୍ଜରଭେଟିଭ୍‌ ପାର୍ଟିରେ ଅନ୍ତର୍କଳହ ଯୋଗୁ ଦେଶ ଗତ ୮ ବର୍ଷରେ ୫ ପ୍ରଧାନମନ୍ତ୍ରୀ ଦେଖିଲାଣି। ୨୦୨୨ ଅକ୍ଟୋବର ଦୀପାବଳି ଦିନ ଋଷି ସୁନକ୍‌ ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଥିଲେ। ଏଥିସହ ଦେଶର ୨୧୦ ବର୍ଷ ଇତିହାସରେ ସର୍ବକନିଷ୍ଠ ଏବଂ ପ୍ରଥମ ଅଣଶ୍ୱେତାଙ୍ଗ ପ୍ରଧାନମନ୍ତ୍ରୀ ରୂପେ ସେ ୧୦ ଡାଉନିଂ ଷ୍ଟ୍ରିଟ୍‌କୁ ପ୍ରବେଶ କରିଥିଲେ। କିନ୍ତୁ ପ୍ରାୟ ୨ ମାସ ତଳେ ସୁନକ୍‌ଙ୍କ କ୍ୟାବିନେଟ୍‌ରୁ ଜଣେ ପରେ ଜଣେ ମନ୍ତ୍ରୀ ଇସ୍ତଫା ଦେବା ପରେ ସେ ପାର୍ଲାମେଣ୍ଟକୁ ଭଙ୍ଗକରି ଆଗୁଆ ସାଧାରଣ ନିର୍ବାଚନ ପାଇଁ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା