Masthead

ଇସ୍ରାଏଲ ଗସ୍ତରେ ଯିବେ ରିଷି ସୁନକ, ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଓ ରାଷ୍ଟ୍ରପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଇସ୍ରାଏଲ ଗସ୍ତରେ ଯିବେ ୟୁକେ ପ୍ରଧାନମନ୍ତ୍ରୀ ରିଷି ସୁନକ୍ । ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଓ ରାଷ୍ଟ୍ରପତି ଆଇଜାକ୍ ହରଜୋଗଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଗତକାଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଇସ୍ରାଏଲରେ ପହଞ୍ଚିଥିଲେ । ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଆଲୋଚନା କରିଥିଲେ ।

ବାଇଡେନଙ୍କ ଗସ୍ତ ପରେ ଆଜି ବ୍ରିଟେନ୍ ପ୍ରଧାନମନ୍ତ୍ରୀ ଇସ୍ରାଏଲରେ ପହଞ୍ଚିବେ । ଇସ୍ରାଏଲ- ହମାସ ଯୁଦ୍ଧ ଦିନକୁ ଦିନ ଅଧିକ ବଢୁଥିବାରୁ ରିଷି ସୁନକଙ୍କ ଗସ୍ତର ଅନେକ ଗୁରୁତ୍ୱ ରହିଛି । ଗାଜାରେ କ୍ଷତିଗ୍ରସ୍ତ ଲୋକଙ୍କୁ କିପରି ଯଥାଶୀଘ୍ର ମାନବୀୟ ସହାୟତତା ଦିଆଯାଇପାରିବ ସେ ନେଇ ଆଲୋଚନା କରିବେ । ଇସ୍ରାଏଲ-ହମାସ୍ ଯୁଦ୍ଧ ଆଜି ୧୩ ଦିନରେ ପହଞ୍ଚିଲାଣି । ଗାଜାରେ ମୋଟ୍ ମୃତ୍ୟୁ ସଂଖ୍ୟା ୩ ହଜାର ଉପରେ ପହଞ୍ଚିଲାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ