Masthead

ରାତି ଅଧରେ ରୁଷର ରାଜଧାନୀ ମସ୍କୋ ଉପରେ ୟୁକ୍ରେନର ଡ୍ରୋନ ଆକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ରୁଷର ରାଜଧାନୀ ମସ୍କୋ ଉପରେ ୟୁକ୍ରେନର ଏକ ବଡ଼ ଆକ୍ରମଣ । ବିଳମ୍ବିତ ରାତିରେ ମସ୍କୋ ଉପରେ ୟୁକ୍ରେନ ଡ୍ରୋନ୍ ଆକ୍ରମଣ କରିଛି । ମସ୍କୋରେ ଦୁଇଟି କୋଠାକୁ ଟାର୍ଗେଟ କରିଛି ୟୁକ୍ରେନର ସାମରିକ ଡ୍ରୋନ । ଆକ୍ରମଣକୁ ନେଇ ମସ୍କୋର ମେୟର ସର୍ଗେଇ ସୋଭୟାନିନ୍ କହିଛନ୍ତି ଯେ ଅଧ ରାତିରେ ଏହି ଆକ୍ରମଣ କରାଯାଇଛି ଫଳରେ ଦୁଇଟି କୋଠା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ତେବେ ଏଥିରେ କୌଣସି ଲୋକ ଆହତ ହୋଇନାହାଁନ୍ତି । ପ୍ରଥମଥର ପାଇଁ ରୁଷ୍ ଉପରେ ୟୁକ୍ରେନ ଏଭଳି ଆକ୍ରମଣ କରିଥିବା ନେଇ ସୂଚନା ରହିଛି ।

ପୂର୍ବରୁ ୟୁକ୍ରେନ ଅନେକଥର ମସ୍କୋ ଉପରେ ଏୟାର ଷ୍ଟ୍ରାଇକ କରିଛି, କିନ୍ତୁ ସଫଳ ହୋଇନାହିଁ । ଡ୍ରୋନ ଆକ୍ରମଣ ପରେ ରୁଷର ମସ୍କୋ ଭାନୁକୋଭା ବିମାନବନ୍ଦରକୁ ବନ୍ଦ କରି ଦିଆଯାଇଛି । ସେଠାରୁ ଉଡ଼ାଣ କରିବା ଏବଂ ଅବତରଣ ହେବାକୁଥିବା ବିମାନକୁ କିଛି ସମୟ ପାଇଁ ବନ୍ଦ କରାଯାଇଛି । ୟୁକ୍ରେନ୍ ସୀମାରୁ ପାଖାପାଖି ୫୦୦ କିଲୋମିଟର ଦୂରରେ ଥିବା ମସ୍କୋ ଓ ଏହାର ଆଖପାଖ ଅଂଚଳରେ ରୁଷ୍ ସହ ସଂଘର୍ଷ ବେଳେ ଏହି ଡ୍ରୋନ୍ ଦ୍ୱାରା ଆକ୍ରମଣ କରାଯାଇଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ