Masthead

ଡିଆଇଜିଙ୍କ ପତ୍ନୀଙ୍କ ନିର୍ଯାତନା ସହି ନପାରି ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ

କଟକ  (ବଡ଼ ଖବର ବ୍ୟୁରୋ):  ଡିଆଇଜିଙ୍କ ପତ୍ନୀ ଦେଲେ ନିର୍ଯାତନା । ଆତ୍ମହତ୍ୟା ଉଦ୍ୟମ କରି ୨ ଗୋଡ ହରାଇଲେ ମହିଳା ହୋମଗାର୍ଡ । ରାଜ୍ୟ ପୁଲିସ୍‌ର ଡିଆଇଜି ପାହ୍ୟାର ଜଣେ ଅଧିକାରୀଙ୍କ ପତ୍ନୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ମହିଳା ହୋମଗାର୍ଡ ଅନୁଗୁଳ ଜିଲ୍ଲା ରାଣୀଗୋଡାର ସୈରିଦ୍ରୀ ସାହୁ ଏଭଳି ନିର୍ୟାତନାର ଶିକାର ହୋଇଛନ୍ତି। ମହିଳା ହୋମଗାର୍ଡ ଅନୁଗୁଳ ଜିଲ୍ଲା ରାଣୀଗୋଡାର ସୈରିଦ୍ରୀ ସାହୁ ଏଭଳି ନିର୍ଯାତନାର ଶିକାର ହୋଇଛନ୍ତି। ଅଗଷ୍ଟ ୪ ତାରିଖରେ ଏହି ଘଟଣା ଘଟିଥିବା ବେଳେ ପୁଲିସ ତଦନ୍ତ କିନ୍ତୁ ଆଗକୁ ବଢିନାହିଁ। ମହିଳା ହୋମଗାର୍ଡ ଜଣକ ଏ ସଂପର୍କରେ ଗତ ୧୩ ତାରିଖରେ ହୋମଗାର୍ଡ ଡିଜିଙ୍କୁ ଲିଖିତ ଭାବେ ଜଣାଇଛନ୍ତି।

କିନ୍ତୁ ଏହି ଘଟଣାକୁ ଚାପି ଦେବା ପାଇଁ ଜୋରଦାର ଉଦ୍ୟମ ଚାଲିଥିବା ଅଭିଯୋଗ ହେଉଛି। ଏନେଇ ହୋମଗାର୍ଡ ଡିଜିଙ୍କୁ ଏକ ଚିଠି ଲେଖିଥିଲେ । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ସେ ଅନୁଗୁଳ ଜିଲ୍ଲାରେ ଗଲା ୧୯ ବର୍ଷ ହେବ ସେ ଗୃହରକ୍ଷୀ ଭାବେ କାର୍ୟ୍ୟ କରି ଆସୁଛନ୍ତି। ସାତ ମାସ ତଳେ ଅନୁଗୁଳରେ ଯୋଗ ଦେଇଥିବା ଡିଆଇଜି ପାହ୍ୟାର ଅଧିକାରୀ ବ୍ରିଜେଶ କୁମାର ରାଏଙ୍କ ଘରୋଇ କାମରେ ତାଙ୍କୁ ନିୟୋଜିତ କରାଯାଇଥିଲା। ସେ ଡିଆଇଜିଙ୍କର ଘରର ସମସ୍ତ କାମ କରନ୍ତି। କିନ୍ତୁ କୌଣସି କାମରେ ଟିକେ ଭୁଲ ହେଲେ ଡିଆଇଜିଙ୍କ ପତ୍ନୀ ତାଙ୍କୁ ମାଡ଼ ମାରନ୍ତି ଏବଂ ଚାକିରି ନେଇଯିବାର ଧମକ ମଧ୍ୟ ଦିଅନ୍ତି। ୪ ତାରିଖରେ ଡିଆଇଜିଙ୍କ ପତ୍ନୀ ତାଙ୍କୁ ଗଳା ଧକ୍କା ‌ଦେଇ ଘରୁ ବାହାର କରି ଦେଇଥିଲେ। ଚାକିରି ନେଇଯିବାର ଧମକ ମଧ୍ୟ ଦେଇଥିଲେ।

ଏଭଳି ନିର୍ଯାତନା ଓ ଚାକିରି ଚାଲିଯିବା ଭୟରେ ସେ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିବା ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ସୈରିଦ୍ରୀ ଟ୍ରେନ ଲାଇନ୍‌ରେ ଶୋଇ ସେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ ବି ବଂଚିଯାଇଥିଲେ। କିନ୍ତୁ ସବୁ ଦିନ ପାଇଁ ସେ ତାଙ୍କ ଦୁଇ ଗୋଡ଼ ହରାଇଛନ୍ତି। ସେ ଏବେ କଟକର ଅଶ୍ବିନୀ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ତାଙ୍କୁ କ୍ଷତିପୂରଣ ଦେବା ସହିତ ତାଙ୍କ ପ୍ରତି ହୋଇଥିବା ନିର୍ଯାତନାର ତଦନ୍ତ କରିବାକୁ ସେ ଗତ ୧୩ ତାରିଖ‌ରେ ଉତ୍କଳ ଗୃହରକ୍ଷୀ ମହାସଂଘ, ହୋମଗାର୍ଡ ଡିଜି, ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ