Masthead

ଅଘୋଷିତ ବିଦ୍ୟୁତ୍ କାଟ୍, ଡିବି ଆଲୁଅରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ ଅଘୋଷିତ ବିଦ୍ୟୁତ୍ କାଟ୍ । ମହମବତୀ ଆଲୁଅରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ ।ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ କାଟ ଯୋଗୁଁ ସଦର ବ୍ଲକ୍ ର ଅଧିକାଂଶ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ ।ପୁରୀ ସଦର ଅଞ୍ଚଳରେ ବିଦ୍ୟୁତ୍ ବିଭାଗ ପକ୍ଷରୁ ମଙ୍ଗଳବାର ରାତ୍ରିରୁ ବିଦ୍ୟୁତ୍ କାଟ ହେବା ସହ ସକାଳ ପର୍ଯ୍ୟନ୍ତ ବି ବିଦ୍ୟୁତ୍ ସଂଯୋଗ ଦିଆଯାଇନଥିଲା । ପୁରୀ ସଦରର ଅଧିକାଂଶ ଅଞ୍ଚଳରେ ବିଦ୍ୟୁତ୍ ସରବରାହ ବନ୍ଦ ରହିଥିଲା । କୋହଲା ପାଗ ଯୋଗୁଁ ଶ୍ରେଣୀ ଗୃହରେ ଅନ୍ଧାର ଛାଇ ରହିଥିଲେ ।

ଯାହାଫଳରେ ଡିବି ଓ ମହମବତୀ ଆଲୁଅର ସାହାରା ନେଇଥିଲେ ପରୀକ୍ଷାର୍ଥୀ । ତୃତୀୟ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସକାଳ ୭ ଟା ରୁ ୯ ଟା ପ୍ରଥମ ସିଟିଂରେ ଇଂରାଜୀ ଓ ୯ ଟା ଠାରୁ ପୂର୍ବାହ୍ନ ସାଢେ଼ ୧୧ ଟା ପର୍ଯ୍ୟନ୍ତ ଷଷ୍ଠ ରୁ ଅଷ୍ଟମ ଶ୍ରେଣୀ ପିଲା ସଂସ୍କୃତ ପରୀକ୍ଷା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ