ଅଘୋଷିତ ବିଦ୍ୟୁତ୍ କାଟ୍, ଡିବି ଆଲୁଅରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ ଅଘୋଷିତ ବିଦ୍ୟୁତ୍ କାଟ୍ । ମହମବତୀ ଆଲୁଅରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ ।ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ କାଟ ଯୋଗୁଁ ସଦର ବ୍ଲକ୍ ର ଅଧିକାଂଶ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ ।ପୁରୀ ସଦର ଅଞ୍ଚଳରେ ବିଦ୍ୟୁତ୍ ବିଭାଗ ପକ୍ଷରୁ ମଙ୍ଗଳବାର ରାତ୍ରିରୁ ବିଦ୍ୟୁତ୍ କାଟ ହେବା ସହ ସକାଳ ପର୍ଯ୍ୟନ୍ତ ବି ବିଦ୍ୟୁତ୍ ସଂଯୋଗ ଦିଆଯାଇନଥିଲା । ପୁରୀ ସଦରର ଅଧିକାଂଶ ଅଞ୍ଚଳରେ ବିଦ୍ୟୁତ୍ ସରବରାହ ବନ୍ଦ ରହିଥିଲା । କୋହଲା ପାଗ ଯୋଗୁଁ ଶ୍ରେଣୀ ଗୃହରେ ଅନ୍ଧାର ଛାଇ ରହିଥିଲେ ।

ଯାହାଫଳରେ ଡିବି ଓ ମହମବତୀ ଆଲୁଅର ସାହାରା ନେଇଥିଲେ ପରୀକ୍ଷାର୍ଥୀ । ତୃତୀୟ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସକାଳ ୭ ଟା ରୁ ୯ ଟା ପ୍ରଥମ ସିଟିଂରେ ଇଂରାଜୀ ଓ ୯ ଟା ଠାରୁ ପୂର୍ବାହ୍ନ ସାଢେ଼ ୧୧ ଟା ପର୍ଯ୍ୟନ୍ତ ଷଷ୍ଠ ରୁ ଅଷ୍ଟମ ଶ୍ରେଣୀ ପିଲା ସଂସ୍କୃତ ପରୀକ୍ଷା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’