Masthead

ନୂଆବର୍ଷ ପୂର୍ବରୁ ପୁରୀରେ ଅସମ୍ଭାଳ ଭିଡ

ପୁରୀ (ବଡ଼ ଖବର ବ୍ୟୁରୋ):  ରାତି ପାହିଲେ ଇଂରାଜୀ ନୂଆବର୍ଷ । ବର୍ଷର ଶେଷ ଦିନ ଓ ବର୍ଷର ଆରମ୍ଭରେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ସଭିଙ୍କ ମନରେ ଭରପୁର ଆଶା । ଆଉ ଏଥିପାଇଁ ପୁରୀରେ ଅସମ୍ଭାଳ ଭିଡ଼ । ସମୟ ଯେତେ ବଢୁଛି, ଭିଡ଼ ବି ସେତିକି ବଢୁଛି । ଜନସମୁଦ୍ର ପାଲଟିଛି ବଡଦାଣ୍ଡ।ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ରହୁଛନ୍ତି ଶ୍ରଦ୍ଧାଳୁ। ଭିଡ଼ ନିୟନ୍ତ୍ରଣ କରିବାକୁ ନାକେଦମ୍ ପୁଲିସ। ବର୍ଷ ଶେଷରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଏଭଳି ଜନସମାଗମ ହୋଇଛି। ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି। ପରିସ୍ଥିତି ଏମିତି ହୋଇଛି କି ମାର୍କେଟ ଛକ ଯାଏଁ ଲମ୍ବା ବ୍ୟାରିକେଡ୍ ହୋଇଛି।

ଆଜିଠୁ ଆହୁରି ଭିଡ଼ ହେବା ଆଶଙ୍କା କରାଯାଉଛି । ଆଜି ଓ ଆସନ୍ତାକାଲି କେବଳ ସିଂହଦ୍ୱାର ଦେଇ ପ୍ରବେଶ ଓ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ। ଆଜିଠୁ ଆସନ୍ତାକାଲି ଯାଏ ପୁରୀରେ ଟ୍ରାଫିକ୍ କଟକଣା ଲାଗୁ । ପୁରୀ ମାର୍କେଟ ଛକଠାରୁ ହେବ ‘ନୋ ଭେହିକିଲ୍‌ ଜୋନ୍‌’ । ମେଡିକାଲ ଛକରୁ ଶ୍ରୀମନ୍ଦିର ଓ ବେଳାଭୂମିକୁ ୪ଚକିଆ ଯାନ ମନା । ଶାନ୍ତିଶୃଙ୍ଖଳା ନିମନ୍ତେ ମୁତୟନ ହୋଇଛନ୍ତି ୬୦ ପ୍ଲାଟୁନ ଫୋର୍ସ। ସେହିପରି ଟ୍ରାଫିକ କଣ୍ଟ୍ରୋଲ ପାଇଁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା। ଭୁବନେଶ୍ୱର, କୋଣାର୍କ ଓ ବ୍ରହ୍ମଗିରି ପଟରୁ ଆସୁଥିବା ଗାଡ଼ି ପାଇଁ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରିଛି ପ୍ରଶାସନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ