Masthead

ଅତୁଟ ବନ୍ଧନ: ସ୍ତ୍ରୀର ଜୁଇକୁ ଡେଇଁ ସ୍ୱାମୀ ମୃତ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ସ୍ତ୍ରୀର ଜୁଇକୁ ଡେଇଁ ସ୍ୱାମୀ ମୃତ । ସ୍ତ୍ରୀର ମୃତ୍ୟୁକୁ ସହିପାରିଲାନି ସ୍ୱାମୀ । ଶେଷରେ ସ୍ତ୍ରୀର ଜୁଇକୁ ଡେଇଁ ଜୀବନ୍ତ ଦଗ୍ଧ ହୋଇ ପ୍ରାଣ ହରାଇଛନ୍ତି ସ୍ବାମୀ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକର ସିଆଲଯୋଡ଼ି ଗ୍ରାମରେ।

ମଙ୍ଗଳବାର ଗ୍ରାମର ନୀଳମଣି ଶବରଙ୍କ ସ୍ତ୍ରୀ ରଏବାରୀ ଶବରଙ୍କ ହୃତଘାତରେ ମୃତ୍ୟୁ ହୋଇଥିଲା। ତାଙ୍କର ୪ ପୁଅ ଓ ଆତ୍ମୀୟମାନେ ଆସିବା ପରେ ଶବ ସତ୍କାର କରିବାକୁ ଗାଁ ଶ୍ମଶାନକୁ ନେଇଥିଲେ। ରଏବାରୀଙ୍କ ଜୁଇ ଜଳିବା ପରେ ସମସ୍ତେ ସ୍ନାନ କରି ଘରକୁ ଫେରିଥିଲେ। ସେଠାରେ ତାଙ୍କ ସ୍ୱାମୀ , ଆଉ ୨ଜଣ ଜଗିଥିଲେ। ମାନସିକ ଭାରସାମ୍ୟ ହରାଇ ହଠାତ୍ ଜୁଇ ଉପରକୁ ନୀଳମଣି ଡେଇଁପଡ଼ି ଜୀବନ୍ତ ଦଗ୍ଧ ହୋଇଥିଲେ।

ନିଆଁ ହୁ ହୁ ହୋଇ ଜଳୁଥିବାରୁ ତାଙ୍କୁ ବଞ୍ଚାଇବାକୁ କେହି ସାହାସ କରି ପାରିନଥିଲେ। ତୁରନ୍ତ ତାଙ୍କର ୪ ପୁଅ, ଗ୍ରାମବାସୀ ଶ୍ମଶାନକୁ ଯାଇଥିଲେ। ସ୍ତ୍ରୀର ଜୁଇକୁ ସ୍ବାମୀ ଡେଇଁବା ଘଟଣା ଜଣାପଡ଼ିବା ପରେ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ