Masthead

ଅଣାୟତ ହେଉଛି କରୋନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି ମହାମାରୀ କରୋନା । ଭାରତରେ କରୋନାର ଦ୍ୱିତୀୟ ଲହର ସାଂଘାତିକ ସୃଷ୍ଟି କରିଛି। ସ୍ଥିତି ଏପରି ହୋଇଛି ଯେ ଦୈନିକ ସଂକ୍ରମଣ ଆଜି ୫୦ ହଜାର ପାର କରିଥିବାବେଳେ ୨୫୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । କରୋନାର ପ୍ରକୋପରେ ସାରା ଦେଶରେ ଏବେ ଭୟାବହ ପରିସ୍ଥିତି । ରାଜ୍ୟରେ କରୋନାର ସକ୍ରିୟ କେସ ହଜାର ଉପରେ ରହିଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ମୋଟ ୫୩,୪୭୬ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏହା ଚଳିତ ବର୍ଷ ସର୍ବାଧିକ। ଗତକାଲି ପ୍ରାୟ ୪୮ ହଜାର ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୭,୮୭,୫୩୪କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୧,୧୨,୩୧,୬୫୦ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ୍‌ ସଂଖ୍ୟା ୩,୯୫,୧୯୨ ରହିଛି। ଏହି ପ୍ରାଣଘାତୀ ଭାଇରସ ଗୋଟିଏ ଦିନରେ ଆଉ ୨୫୧ ଜଣଙ୍କ ମୁଣ୍ଡ ନେଇଛି। ଫଳରେ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୧,୬୦,୬୯୨ରେ ପହଞ୍ଚି ଯାଇଛି।

ସେହିପରି ଦେଶରେ ଏଯାଏ ୫,୩୧,୪୫,୭୦୯ ଜଣ କରୋନା ଟିକା ନେଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦେଶରେ ଚିହ୍ନଟ ହୋଇଥିବା ମୋଟ ସଂକ୍ରମିତଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ପ୍ରାୟ ୬୦% ଲୋକ ରହିଛନ୍ତି। ଦେଶର ଆକ୍ଟିଭ କେସ୍‌ ୪ ଲକ୍ଷ ମୁହାଁ ହୋଇଥିବା ବେଳେ ମହାରାଷ୍ଟ୍ରରେ ଏହା ୨ ଲକ୍ଷରୁ ଅଧିକ ରହିଛି। ଦିନକୁ ଦିନ ମହାରାଷ୍ଟ୍ର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। କୋରାନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଏକାଧିକ କଟକଣା ଲଗାଇଥିଲେ ହେଁ ଏହା ଉପରେ ବ୍ରେକ ଲାଗୁନାହିଁ। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ରାଜ୍ୟ ତଥା ଦେଶର ଚିନ୍ତା ବଢ଼ି ଯାଇଛି। କେବଳ ମହାରାଷ୍ଟ୍ର ନୁହେଁ, ଦିଲ୍ଲୀ, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶ ଓ ତାମିଲନାଡୁରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ