Masthead

ଆସିକା ଵସଷ୍ଟାଣ୍ଡରୁ ମାନସିକ ରୋଗୀ ଗୁରୁତର ଉଦ୍ଧାର

ଆସିକା(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା ବସଷ୍ଟାଣ୍ଡରେ ଜଣେ ମାନସିକ ରୋଗୀ ଗୁରୁତର ଅବସ୍ଥାରେ ଉଦ୍ଧାର । ତାଙ୍କ ମୁଣ୍ଡରେ ଧାରୁଆ ଅସ୍ତ୍ରରେ ଆଘାତ ଚିହ୍ନ ରହିଥିବା ବେଳେ ତାଙ୍କ କାନ ଛିଣ୍ଡି ଯାଇଥିବା ଜଣାପଡିଛି । ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି । ତେବେ ସକାଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ଵୁଲାନ୍ସ ଯୋଗେ ଆସିକା ସବଡିଭିଜନ ମେଡିକାଲକୁ ନେଇଥିଲେ ।

ତାଙ୍କ ଅବସ୍ଥା ଗୁରୁତରଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲେ । ଖବର ପାଇ ଆସିକା ଥାନା ପେଟ୍ରୋଲିଂ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତେବେ କିଏ ଓ କାହିଁକି ଯୁବକଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ କଲା ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ସେପଟେ ମାନସିକ ରୋଗୀ ଜଣକ କୌଣସି ଉଚ୍ଚ ସ୍ଥାନରୁ ତଳେ ପଡିଯାଇଥିବା ଆଲୋଚନା ହେଉଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ