Masthead

ଓଡ଼ିଶା ଅସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଅସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ନିର୍ମଳା ସୀତାରମଣ । ଆଜି ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ । କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ତଥା ପୂର୍ବତନ ବିଧାୟକ ଦିବାଂଗତ ନିବେଦିତା ପ୍ରଧାନଙ୍କ ସ୍ମୃତି ଉଦେ୍ଦଶ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେବେ ।

ଆସନ୍ତାକାଲି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏବଂ ଏହାପରେ ପେଣ୍ଠକଟା ସ୍ଥିତ ‘ମୋ ମାଟି ମୋ ଦେଶ’ ଅଭିଯାନର ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସାମିଲ ହେବେ । ସେଠାରୁ ବୀର ହରେକୃଷ୍ଣପୁର ସ୍ଥିତ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ । ଏହା ପରେ ଭୁବନେଶ୍ୱର ଫେରି ଅନ୍ୟ କିଛି କାର୍ଯ୍ୟକ୍ରମରେ ଯୋଗ ଦେଇ ଦିଲ୍ଲୀ ଫେରିଯିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ