Masthead

ଆଜି କେନ୍ଦ୍ର ଗୃହମନ୍ତ୍ରୀଙ୍କ ମାଓ ମୁକାବିଲା ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି କେନ୍ଦ୍ର ଗୃହମନ୍ତ୍ରୀଙ୍କ ମାଓ ମୁକାବିଲା ବୈଠକ । ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ବୈଠକ ।  ବୈଠକରେ ଯୋଗଦେବେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାର ମୁଖ୍ୟ ଶାସନ ସଚିବ ଓ ଡିଜିପି ମଧ୍ୟ ଯୋଗ ଦେବେ। ଓଡ଼ିଶା ସମେତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ୟ୍ୟ ସମ୍ପର୍କରେ ଆଲୋଚନା ହେବ । ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେୱନ୍ତ ରେଡ୍ଡୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏହି ବୈଠକରେ ଯୋଗଦେବେ।

ସେହିଭଳି ବୈଠକରେ ୫ କେନ୍ଦ୍ରମନ୍ତ୍ରୀ, ଡେପୁଟି ଏନ୍ଏସ୍ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ । ବୈଠକ ପୂର୍ବରୁ ଆଜି ଶାହ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହ ମାଓ ମୁକାବିଲା ନେଇ ଆଲୋଚନା କରିଛନ୍ତି । ଛତିଶଗଡରେ ସୁରକ୍ଷା ବାହିନୀ ଗୁଳିରେ ୩୬ ଜଣ ମାଓବାଦୀ ନିହତ ହେବା ଘଟଣାକୁ ନେଇ ଶାହ ଏହି ଅପରେସନରେ ସାମିଲ ରାଜ୍ୟ ପୁଲିସ ଓ କେନ୍ଦ୍ରୀୟ ବାହିନୀର କାର୍ୟ୍ୟକୁ ପ୍ରଶଂସା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ