Masthead

2027 ଜନଗଣନା ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜନଗଣନା ପାଇଁ ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି । ୨୦୨୭ ଜନଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ଜନଗଣନା ଆରମ୍ଭ ହେବ । ଚଳିତ ଥର ଦେଶରେ ଦୁଇଟି ପର୍ଯ୍ୟାୟରେ ଜନଗଣନା ହେବ । ୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ଜାତିଭିତ୍ତିକ ଜନଗଣନା ଆରମ୍ଭ ହେବ ଏବଂ ୨୦୨୬ ଅକ୍ଟୋବରରୁ କେନ୍ଦ୍ର ଶାସିତ ଅଞ୍ଚଳରେ ହେବ ଜନଗଣନା ।

ଦୀର୍ଘ ୧୭ ବର୍ଷ ପରେ ଦେଶରେ ଆରମ୍ଭ ହେବ ଜାତିଭିତ୍ତିକ ଜନଗଣନା । ଦୁଇଟି ପର୍ଯ୍ୟାୟରେ ହେବ ଜନଗଣନା । ୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ଜାତିଭିତ୍ତିକ ଜନଗଣନା ଆରମ୍ଭ ହେବ । ୨୦୨୬ ଅକ୍ଟୋବରରୁ କେନ୍ଦ୍ର ଶାସିତ ଅଞ୍ଚଳରେ ହେବ ଜନଗଣନା । ଦୀର୍ଘ ୧୭ ବର୍ଷ ପରେ ଦେଶରେ ଆରମ୍ଭ ହେବ ଜାତିଭିତ୍ତିକ ଜନଗଣନା । ଦୁଇଟି ପର୍ଯ୍ୟାୟରେ ହେବ ଜନଗଣନା । ତେବେ ଏହି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଜନଗଣନା ସହିତ ଜଡ଼ିତ ବିଭିନ୍ନ ସଂସ୍ଥା ସକ୍ରିୟ ହେବେ । ପ୍ରଥମେ କର୍ମଚାରୀଙ୍କ ନିଯୁକ୍ତି, ତାଲିମ, ଫର୍ମାଟ୍‌ ପ୍ରସ୍ତୁତି ଏବଂ ଫିଲ୍ଡ୍‌ ୱାର୍କର ଯୋଜନା ପ୍ରସ୍ତୁତି କରାଯିବ । କରୋନା ମହାମାରୀ ଯୋଗୁଁ ୨୦୨୧ରେ ହେବାକୁ ଥିବା ଜନଗଣନାକୁ ସ୍ଥଗିତ ରଖାଯାଇଥିଲା ।

ଏଥର ଜନଗଣନା ପ୍ରକ୍ରିୟା ଦୁଇଟି ପର୍ଯ୍ୟାୟରେ ସମାପ୍ତ ହେବ । ତୁଷାରପାତ ହେଉଥିବା ରାଜ୍ୟ ଗୁଡ଼ିକରେ ୨୦୨୬ ଅକ୍ଟୋବରରେ ଆରମ୍ଭ ହେବ ଜନଗଣନା। ଲଦାଖ କେନ୍ଦ୍ର ଶାସିତ ଅଞ୍ଚଳ ସହିତ ଜମ୍ମୁ-କାଶ୍ମୀର, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡର ତୁଷାରପାତ ହେଉଥିବା ଅଞ୍ଚଳ ଗୁଡ଼ିକରେ ୨୦୨୬ ଅକ୍ଟୋବର ୧ରୁ ଜନଗଣନା ଆରମ୍ଭ ହେବ । ଏହି ଜନଗଣନାରେ ସାମାଜିକ ଓ ଅର୍ଥନୈତିକ ବିବରଣୀ ସହ ଜାତି ଓ ଉପଜାତି ତଥ୍ୟ ମଧ୍ୟ ସ୍ଥାନ ପାଇବ ବୋଲି ସୂଚନା ମିଳିଛି ।

ଦେଶରେ ଜନଗଣନା ଶେଷ ଥର ପାଇଁ ୨୦୧୧ରେ ହୋଇଥିବା ବେଳେ, ଦୀର୍ଘ ୧୬ ବର୍ଷ ପରେ ଏହା ପୁଣି ହେବାକୁ ଯାଉଛି । ତେବେ ଚଳିତ ଜନଗଣନା ପ୍ରକ୍ରିୟାରେ ପ୍ରାୟ ୩୪ ଲକ୍ଷ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ଜନଗଣନା କାର୍ଯ୍ୟରେ ନିୟୋଜିତ ହେବେ । ସେହିପରି ୧.୩ ଲକ୍ଷ ଜନଗଣନା କାର୍ୟ୍ୟକର୍ତ୍ତା ଅତ୍ୟାଧୁନିକ ମୋବାଇଲ୍ ଡିଜିଟାଲ୍ ଗ୍ୟାଜେଟ୍ ସହିତ କାର୍ଯ୍ୟ ପରିଚାଳନା କରିବେ। ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଢରେ ପୋଷ୍ଟ କରି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା