Masthead

୨୫ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିବେ ଅମିତ ଶାହ । ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ । ସୂଚନା ଦେଲେ ବିଜେପି ଉପସଭାପତି ଗୋଲକ ମହାପାତ୍ର । ୨୫ରେ ସୋନପୁରରେ ଜନସଭାକୁ ସମ୍ବୋଧନ କରିବେ ଶାହ । ପରେ ଭୁବନେଶ୍ୱରରେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ । ନିର୍ବାଚନୀ ରଣନୀତି ନେଇ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ । ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳୀରେ ସୋନପୁର ଆସୁଥିବା ବେଳେ ଏହି ସଂସଦୀୟ କ୍ଷେତ୍ରରେ ସଂଗୀତା ସିଂହ ଦେଓଙ୍କୁ ସାଂସଦ ପ୍ରାର୍ଥୀ କରିଛି ଦଳ ।

ସେହିପରି ସୋନପୁର ବିଧାନସଭା କ୍ଷେତ୍ରରୁ ପ୍ରମୋଦ ମହାପାତ୍ରଙ୍କୁ ମିଳିଛି ଟିକେଟ । ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନିର୍ବାଚନରେ ବିଜୟୀ ହେବାକୁ ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ଅମିତ ଶାହା । ଏଥିସହ ଭୁବନେଶ୍ୱରରେ ଦଳର ରାଜ୍ୟ ନେତୃତ୍ୱଙ୍କୁ ଭେଟି ରଣନୀତି ସମ୍ପର୍କରେ ଆଲୋଚନା କରିବେ । କାର୍ଯ୍ୟକ୍ରମ ସରିବା ପରେ ଭୁବନେଶ୍ୱରରେ ରାତ୍ରିଯାପନ କରିବେ କେନ୍ଦ୍ର ଗୃହମନ୍ତ୍ରୀ । ତେବେ ଶାହାଙ୍କ ଗସ୍ତଙ୍କୁ ନେଇ ଉତ୍ସାହିତ ବିଜେପି ନେତା ଓ କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ