ଗିରଫ ହୋଇପାରନ୍ତି କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା

ଲଖୀମପୁର (ବଡ଼ ଖବର ବ୍ୟୁରୋ): ଚାଲିଛି ଲଖୀମପୁର ହିଂସା । ଏହି ହିଂସା ମାମଲାରେ ଖୁବ୍ ଶୀଘ୍ର ଗିରଫ ହୋଇପାରନ୍ତି କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା । ସମନ ପରେ ମଧ୍ୟ କ୍ରାଇମବ୍ରାଞ୍ଚ ନିକଟରେ ହାଜର ହୋଇନାହାନ୍ତି ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରା। ଆଜି କ୍ରାଇମବ୍ରାଞ୍ଚ ନିକଟରେ ହାଜର ପାଇଁ ତାଙ୍କୁ ସମନ ହୋଇଥିଲା। ସକାଳ ୧୦ ସୁଦ୍ଧା ତାଙ୍କୁ କ୍ରାଇମବ୍ରାଞ୍ଚ ଅଫିସରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଆଶିଷଙ୍କ ପତ୍ତା ମିଳୁନଥିବା ବେଳେ ତାଙ୍କ ଘର ଆଗରେ ନୋଟିସ ଲଗାଯାଇଛି ।

ସୂଚନା ଅନୁସାରେ ଆନ୍ଦୋଳନରତ ଚାଷୀଙ୍କ ଉପରେ ଗାଡ଼ି ଚଢ଼ାଇ ଦେଇଥିଲେ । ଏ ନେଇ ଆଶିଷ ମିଶ୍ରଙ୍କ ବିରୋଧରେ ହତ୍ୟା ମାମଲାରେ ରୁଜୁ ହୋଇଛି । ଉତ୍ତରପ୍ରଦେଶ ପୁଲିସ ଆଇଜି ଲକ୍ଷ୍ମୀ ସିଂ କହିଛନ୍ତି ଯେ, କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଖୋଜା ଚାଲିଛି। ଖୁବ୍ ଶୀଘ୍ର ତାଙ୍କୁ ଗିରଫ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ