Masthead

ଗିରଫ ହୋଇପାରନ୍ତି କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା

ଲଖୀମପୁର (ବଡ଼ ଖବର ବ୍ୟୁରୋ): ଚାଲିଛି ଲଖୀମପୁର ହିଂସା । ଏହି ହିଂସା ମାମଲାରେ ଖୁବ୍ ଶୀଘ୍ର ଗିରଫ ହୋଇପାରନ୍ତି କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା । ସମନ ପରେ ମଧ୍ୟ କ୍ରାଇମବ୍ରାଞ୍ଚ ନିକଟରେ ହାଜର ହୋଇନାହାନ୍ତି ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରା। ଆଜି କ୍ରାଇମବ୍ରାଞ୍ଚ ନିକଟରେ ହାଜର ପାଇଁ ତାଙ୍କୁ ସମନ ହୋଇଥିଲା। ସକାଳ ୧୦ ସୁଦ୍ଧା ତାଙ୍କୁ କ୍ରାଇମବ୍ରାଞ୍ଚ ଅଫିସରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଆଶିଷଙ୍କ ପତ୍ତା ମିଳୁନଥିବା ବେଳେ ତାଙ୍କ ଘର ଆଗରେ ନୋଟିସ ଲଗାଯାଇଛି ।

ସୂଚନା ଅନୁସାରେ ଆନ୍ଦୋଳନରତ ଚାଷୀଙ୍କ ଉପରେ ଗାଡ଼ି ଚଢ଼ାଇ ଦେଇଥିଲେ । ଏ ନେଇ ଆଶିଷ ମିଶ୍ରଙ୍କ ବିରୋଧରେ ହତ୍ୟା ମାମଲାରେ ରୁଜୁ ହୋଇଛି । ଉତ୍ତରପ୍ରଦେଶ ପୁଲିସ ଆଇଜି ଲକ୍ଷ୍ମୀ ସିଂ କହିଛନ୍ତି ଯେ, କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଖୋଜା ଚାଲିଛି। ଖୁବ୍ ଶୀଘ୍ର ତାଙ୍କୁ ଗିରଫ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା