Masthead

ଅଦିନିଆ ବର୍ଷା ଭାଙ୍ଗିଲା ଚାଷୀ ମେରୁଦଣ୍ଡ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଳକ ଖଡିକାପଦା ପଞ୍ଚାୟତ ଓ ଦାମାହୁଦା ପଞ୍ଚାୟତର ବିଭିନ୍ନ ସ୍ଥାନରେ କିଛି ସମୟ ଧରି ପ୍ରବଳ ଘଡ଼ଘଡ଼ି ବର୍ଷା ହେବା ସହ କୁଆପଥର ବର୍ଷା ହୋଇଛି। ହଠାତ୍ ଅଦିନିଆ ବର୍ଷା ଓ କୁଆ ପଥର ଯୋଗୁ କୋବି, ଟମାଟୋ, ବାଇଗଣ, ଲଙ୍କା , ବରକୋଳି, ଆଦି ପନିପରିବା ଫସଲ ନଷ୍ଟ ହୋଇଯାଇଛି। ଫଳରେ ବହୁ ଖର୍ଚ୍ଚାନ୍ତ ଓ ପରିଶ୍ରମ କରି ପନିପରିବା ଚାଷ କରିଥିବା ଗରିବ ଚାଷୀମାନେ କ୍ଷତି ସହୁଛନ୍ତି।

ଅଦିନିଆ ବର୍ଷା ଓ କୁଆ ପଥର ମାଡ଼ରେ ପନିପରିବା ଚାଷ ନଷ୍ଟ ହୋଇ ଯାଇଥିବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ କରିଛନ୍ତି। ଖଡିକାପଦା ପଞ୍ଚାୟତ ଗୋହିରା ସାହିର ବାସୁଦେବ ମହାନ୍ତ ଓ ଦାମାହୁଦା ପଞ୍ଚାୟତ ଗୋଜାପଥର ଗାଁର ହୃଷୀକେଶ ମହାନ୍ତ ଚାଷୀ କହିଛନ୍ତି, ‘ଆମେ କଠିନ ପରିଶ୍ରମ କରିଥିଲୁ ଏବଂ ପନିପରିବା ଚାଷ କରିଥିଲୁ। କିନ୍ତୁ ଏଭଳି ବର୍ଷା ଯୋଗୁ ଅନେକ କ୍ଷତିଗ୍ରସ୍ତ ହୋଇଛନ୍ତି। ତେଣୁ ସରକାର କ୍ଷତିଗ୍ରସ୍ତ ଆକଳନ କରି ଚାଷୀମାନଙ୍କୁ କ୍ଷତିପୂରଣ ଦେବା ପାଇଁ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ