୨୪ ଯାଏଁ ଗରମରୁ ମିଳିବନି ନିସ୍ତାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତତଲା ତାୱାରେ ସିଜୁଛି ଓଡ଼ିଶା । ଅସହ୍ୟ ତାତିରେ କଲବଲ ଲୋକେ । ଗରମରୁ ମିଳୁନି ନିସ୍ତାର । ଆଗକୁ ଆହୁରି ହେବ ଗରମ । ଯାହାକୁ ନେଇ ଆକଳନ କରିଛି ପାଣିପାଗ ବିଭାଗ । ୨୪ ଯାଏଁ ଗରମରୁ ନିସ୍ତାର ମିଳିବ ନାହିଁ । ସେପଟେ ଆଗାମୀ ୪ଦିନରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ  ହେବାର ସମ୍ଭାବନା ରହିଛି । ବୁଧବାର ଠାରୁ ତାପମାତ୍ରାରେ ହେବ ପରିବର୍ତ୍ତନ । ପଶ୍ଚିମା ଝଡ ପ୍ରଭାବରେ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି ।

ଉତ୍ତର-ପଶ୍ଚିମ ଭାରତକୁ ପଶ୍ଚିମା ଝଡ଼ ପ୍ରଭାବିତ କରିବା ଫଳରେ ଓଡ଼ିଶାରେ ୨୪ ତାରିଖ ପରେ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ । ଅନ୍ୟପଟେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଆଣ୍ଡାମାନ ସାଗର ଓ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜର କିଛି ଅଂଶକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବାକୁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ