Masthead

୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩୦ ତାରିଖରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ । ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ହୋଇପାରେ ଆଲୋଚନା । ମାତ୍ର ଦିନକ ପାଇଁ ବସିବ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ । ବିଧାନସଭା ଭବନରେ ଦିନ ୧୧ଟାରେ ବସିବ ସ୍ୱତନ୍ତ୍ର ଅଧିବେଶନ । ଭାରତୀୟ ରାଜନୀତିରେ ମହିଳାମାନଙ୍କ ଯୋଗଦାନ ଉପରେ ଆଲୋଚନା ପାଇଁ ଏହି ଅଧିବେଶନ ଡକାଯାଇଛି। ଗୃହରେ ଏ ବାବଦରେ ବିତର୍କ ହେବ।

ସୂଚନା ଯୋଗ୍ୟ ସଂସଦରେ ମହିଳା ସଂରକ୍ଷଣ ସମ୍ପର୍କିତ ବିଲ୍ ଆଣିଥିଲେ କେନ୍ଦ୍ର ସରକାର। ୧୩୧ ତମ ସଂଶୋଧନ ବିଲ୍ ଉପରେ ଦୁଇ ଦିନ ଆଲୋଚନା ହେବା ପରେ ଏହା ଲୋକସଭାରେ କାଟ୍ ଖାଇଯାଇଥିଲା। ଯାହାକୁ ନେଇ ଶାସକ ବିଜେପି ବିରୋଧୀଙ୍କୁ ତୀବ୍ର ସମାଲୋଚନା କରିଥିଲା। ରାଜ୍ୟରେ ମଧ୍ୟ ବିଜେପି ନେତାମାନେ ରାସ୍ତାକୁ ଓହ୍ଲାଇବା ସହ ବିରୋଧୀଙ୍କୁ ଏଥିପାଇଁ ଦାୟୀ କରି ସମାଲୋଚନା କରିଥିଲେ। ଏବେ ସ୍ବତନ୍ତ୍ର ଅଧିବେଶନ ଡାକିଛନ୍ତି ରାଜ୍ୟ ସରକାର। ସମ୍ବିଧାନର ଧାରା ୧୭୪ ଉପଧାରା ୧ ଆଧାରରେ ରାଜ୍ୟପାଳ ଓଡିଶା ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡାକିଛନ୍ତି। ଏହି ଅଧିବେଶନରେ ସବୁ ବିଧାୟକମାନେ ଉପସ୍ଥିତ ରହିବାକୁ ଅପିଲ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ