Masthead

୧୦.୫୮ଲକ୍ଷ ଛାତ୍ରଛାତ୍ରୀ ଦେଉଛନ୍ତି ୟୁପିଏସସି ପ୍ରିଲିମିନାରୀ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି କେନ୍ଦ୍ରୀୟ ଲୋକସେବା ଆୟୋଗର ୟୁପିଏସସି ପ୍ରିଲିମନାରୀ ପରୀକ୍ଷା । ଏହି ପରୀକ୍ଷା ମେ ୩୧ରେ ହେବାର ଥିଲା । କରୋନା ମହାମାରୀ ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପରୀକ୍ଷା ତାରିଖକୁ ଅକ୍ଟୋବର ୪ ତାରିଖକୁ ଘୁଞ୍ଚା ଯାଇଥିଲା । କୋଭିଡ କଟକଣାକୁ ପାଳନ କରି ଆଜି ଦେଶବ୍ୟାପୀ ୭୨ଟି ସହରରେ ୧୦.୫୮ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ପ୍ରଥମ ସିଟିଂ ସକାଳ ୯.୩୦ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ସିଂଟି ଦିନ ୨ଟାରୁ ଆରମ୍ଭ ହେବ । ଛାତ୍ରଛାତ୍ରୀମାନେ ହାତକୁ ସାନିଟାଇଜ କରିବା ସହ ମାସ୍କ ପିନ୍ଧି ପରୀକ୍ଷାକେନ୍ଦ୍ରକୁ ଯିବାକୁ କପଡ଼ା ନିର୍ଦ୍ଦେଶ ରହିଛି ।

କଳାରଙ୍ଗର ବଲବ ପେନ, ଆଡମିଟ୍ କାର୍ଡ ଏବଂ ପାସପୋର୍ଟ ଫଟୋ ନେଇ ପରୀକ୍ଷାର୍ଥୀମାନେ ପରୀକ୍ଷାକେନ୍ଦ୍ରକୁ ଯାଇଛନ୍ତି । ପରୀକ୍ଷା ଆରମ୍ଭ ହେବାର ୧୦ ମିନିଟ ପୂର୍ବରୁ ମୁଖ୍ୟ ଫାଟକକୁ ବନ୍ଦ କରାଯାଇଥିଲା । ରାଜ୍ୟର କଟକ ଏବଂ ସମ୍ବଲପୁର ସହରରେ ପରୀକ୍ଷାକେନ୍ଦ୍ର କରାଯାଇଛି । ଛାତ୍ରଛାତ୍ରୀଙ୍କ ଯାତାୟତ ସୁବିଧା ଲାଗି ମୋ ବସର ସୁବିଧା କରାଯାଇଛି । ସେପଟେ ଅନ୍ୟ ରାଜ୍ୟରେ ସ୍ୱତନ୍ତ୍ର ଟ୍ରେନର ସୁବିଧା ମଧ୍ୟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା