Masthead

ନରେନ୍ଦ୍ର ମୋଦିଙ୍କ ବିଜୟ ପରେ ବିଦେଶରୁ ଛୁଟୁଛି ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ ଲୋକସଭା ନିର୍ବାଚନରେ ଏନଡିଏକୁ ବହୁମତ ମିଳିଛି । ନରେନ୍ଦ୍ର ମୋଦି ଲଗାତର ତୃତୀୟ ଥର ବିଜୟ ପରେ ବିଦେଶରୁ ଛୁଟୁଛି ଶୁଭେଚ୍ଛାର ସୁଅ । ୟୁରୋପ, ଏସିଆ, ଆଫ୍ରିକା ମହାଦେଶର ଅନେକ ଦେଶର ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଆମେରିକା, ୠଷ, ଚୀନ, ବ୍ରିଟେନ, ଜାପାନ, ଜର୍ମାନୀ, ଇସାଏଲ, ୟୁକ୍ରେନ ସମେତ ୫୦ରୁ ଅଧିକ ଦେଶର ନେତା ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନାକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରୀୟ ଜନତାନ୍ତ୍ରିକ ମେଣ୍ଟକୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି । “ଭବିଷ୍ୟତ ପାଇଁ ଆମ ଦୁଇ ଦେଶ ମଧ୍ୟରେ ବନ୍ଧୁତା ବୃଦ୍ଧି ପାଉ ବୋଲି କହିଛନ୍ତି ।

ଏଥି ସହିତ ଦୁଇ ଦେଶ ମଧ୍ୟରେ ପାର୍ଟନରସିପ୍ ଭଲ ରହିବା ନେଇ ଆଶା କରାଯାଉଛି ।” ସେପଟେ ଋଷି ସୁନାକ ଟୁଇଟ୍ କରି କହିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନରେ କଥା ହୋଇଛନ୍ତି । ସେ ହିନ୍ଦୀରେ ଲେଖିଛନ୍ତି, “ବ୍ରିଟେନ ଏବଂ ଭାରତ ମଧ୍ୟରେ ଘନିଷ୍ଠ ବନ୍ଧୁତା ରହିଛି ଏବଂ ଏହି ବନ୍ଧୁତା ଏକାଠି ବିକଶିତ ହେବ ।” ଲୋକସଭା ନିର୍ବାଚନ ଫଳାଫଳରେ ବିଜେପି ଏକାକୀ ସଂଖ୍ୟାଗରିଷ୍ଠତାଠାରୁ ବହୁ ଦୂରରେ ରହି ୨୪୦ଟି ଆସନରେ ବିଜୟୀ ହୋଇଛି । ତେବେ ଏନଡିଏର ସହଯୋଗୀ ଦଳ ସହ ମିଶି ବିଜେପି ନେତୃତ୍ୱରେ ସରକାର ଗଠନ ପାଇଁ ଆବଶ୍ୟକ ସଂଖ୍ୟା ଅତିକ୍ରମ କରାଯାଉଛି । ବୁଧବାର ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏନଡିଏ ଦଳଗୁଡ଼ିକ ବୈଠକ କରି ନରେନ୍ଦ୍ର ମୋଦୀଙ୍କୁ ନେତା ଭାବେ ନିର୍ବାଚିତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ