Masthead

ବାଣୀବିହାରରୁ ତଡ଼ା ହେବେ ଅଣଛାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ । ଆଜି ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରାବାସ ଗୁଡ଼ିକ ଉପରେ ରେଡ୍‌ କରିବ କମିସନରେଟ୍ ପୁଲିସ ।  ବାଣୀବିହାରରୁ ଅଣଛାତ୍ରଙ୍କୁ ତଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ । ଉତ୍କଳ ବିଶ୍ବବିଦ୍ୟାଳୟର ୪ ହଷ୍ଟେଲରୁ ବିଦା ହେବେ ଅଣଛାତ୍ର । ୧,୨,୩ ଓ ୫ ନମ୍ବର ହଷ୍ଟେଲରୁ ତଡ଼ା ଖାଇବେ ଅଣଛାତ୍ର ।  ବର୍ଷ ବର୍ଷ ଧରି ହଷ୍ଟେଲରେ ରହୁଥିବା ଅଣଛାତ୍ରଙ୍କୁ ତଡ଼ିବା ପାଇଁ ପଦକ୍ଷେପ ।  ବାଣୀବିହାର କ୍ୟାମ୍ପସରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ।

ପୁଲିସ ଅଧିକାରୀଙ୍କ ସହ ବିଶ୍ଵବିଦ୍ୟାଳୟର ବରିଷ୍ଠ ଅଧିକାରୀ ମଧ୍ୟ ରେଡ୍ରେ ସାମିଲ ରହିବେ ।  ଆଜି ଦିନ ୧.୩୦ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟର ସମସ୍ତ କ୍ଲାସକୁ ରଦ୍ଦ କରିଛନ୍ତି ପିଜି କାଉନ୍ସିଲ୍‌ । ଅଣଛାତ୍ରଙ୍କୁ ବାହାର କରିବାକୁ ୟୁନିଭର୍ସିଟି କ୍ୟାମ୍ପସ୍‌ ଭିତରେ ଏକକାଳୀନ ଭାବେ ୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ୫ ଜଣ ACP, ୪ ଜଣ IIC ଓ ୧୩ SI ଅଧିକାରୀଙ୍କ ନେତୃତ୍ୱରେ ଚଢ଼ଉ ହେବ । ଜୋନ୍‌ ୫ ACP ବିଶ୍ବରଂଜନ ସେନାପତି କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବେ କାର୍ଯ୍ୟ କରିବେ । ସମ୍ପୂର୍ଣ୍ଣ ସୁରକ୍ଷା ଦୟିତ୍ୱକୁ ତୁଲାଇବେ ବରିଷ୍ଠ ପୁଲିସ ଅଧିକାରୀ ଅନୁପ କାନୁନଗୋ ।

ସେପଟେ  ବନ୍ଦ ଥିବା ହଷ୍ଟେଲ ରୁମ୍ ତାଲା ଭାଙ୍ଗି ଯାଞ୍ଚ କରୁଛନ୍ତି କର୍ତ୍ତୃପକ୍ଷ । ପୋଲିସ ଉପସ୍ଥିତିରେ ତାଲା ଭାଙ୍ଗି ଚାଲିଛି ଯାଞ୍ଚ  । ତାଲା ଭାଙ୍ଗି ବାହାରକୁ ଆସବାବପତ୍ର ନେଲେ କର୍ତ୍ତୃପକ୍ଷ  । କ୍ୟାମ୍ପସରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ । ଅଭିଯାନରେ ଭିସି, ଅଧ୍ୟାପକ, ଅଧ୍ୟାପିକା ମଧ୍ୟ ସାମିଲ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା