Masthead

ଘରେ ଘରେ ଟିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କମିବାରେ ଲାଗିଛି ସଂକ୍ରମଣ । ସଂକ୍ରମଣକୁ ରୋକିବା ପାଇଁ ଚାଲିଛି ଟିକାକରଣ । ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ‘ହର ଘର ଦସ୍ତକ’ ଅଭିଯାନ । ଘରକୁ ଘର ବୁଲି ସ୍ୱାସ୍ଥ୍ୟକର୍ମୀ ଯାଞ୍ଚ କରିବେ । ପରିବାରର କେଉଁ କେଉଁ ସଦସ୍ୟ ଟିକା ନେଇ ନାହାନ୍ତି । ଏନେଇ ତଥ୍ୟ ସଂଗ୍ରହ କରାଯିବ । ଏହା ପରେ ନିକଟସ୍ଥ ଟିକାକରଣ କେନ୍ଦ୍ରରେ ଟିକା ଦେବାର ବ୍ୟବସ୍ଥା କରାଯିବ । ତେଣୁ ଟିକାକରଣ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯିବ ।

ଯେଉଁ ଗାଁରେ ଅଧିକ ଲୋକ ଟିକା ନେଇ ନାହାଁନ୍ତି ସେଠାରେ ଟିକାକରଣ କେନ୍ଦ୍ର ଖୋଲାଯିବ । ରାଜ୍ୟ‌ର ସସସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଆସନ୍ତା ଡିସେମ୍ବର ସୁଦ୍ଧା ଅତିକମ୍‌ରେ ଗୋଟିଏ ଡୋଜ୍ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ରାଜ୍ୟରେ ଏବେ ସୁଦ୍ଧା ୩୦ଲକ୍ଷ ଲୋକ ନିଜର ଦ୍ବିତୀୟ ଡୋଜ୍ ଟିକା ନେଇ ନ ଥିବା ସେ ସୂଚନା ଦେଇଛନ୍ତି । ପୂର୍ବରୁ ୩.୦୯ କୋଟି ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୩.୨୫କୋଟିକୁ ବୃଦ୍ଧି ପାଇଛି ।

ସେପଟେ କିଛିଦିନ ହେବ ରାଜ୍ୟରେ ଦୈନିକ ଟିକାକରଣ ୩ଲକ୍ଷ ପାର୍ କରିନାହିଁ । ଏପଟେ ରାଜ୍ୟ ସରକାର ଦୈନିକ ୪.୧୩ଲକ୍ଷ ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ଧାର୍ୟ୍ୟ କରିଛନ୍ତି । ତେଣୁ ଆସନ୍ତା ଡିସେମ୍ବର ସୁଦ୍ଧା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ ଡୋଜ୍ ଟିକା ଦେବା ନେଇ ଆଶଙ୍କା ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ