Masthead

ଓଡ଼ିଶାରେ ୪୦୦ ଟିକାକରଣ କେନ୍ଦ୍ର ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ଟିକାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ମୁହାଁମୁହିଁ । ଆବଶ୍ୟକ ଟିକା ନଥିବାରୁ ରାଜ୍ୟରେ ୪ଶହ ଟିକାଦାନ କେନ୍ଦ୍ର ବନ୍ଦ ରହିଛି । ୧୧୦୩ କେନ୍ଦ୍ରରେ ଟିକାକରଣ ଚାଲିଛି । ରାଜ୍ୟକୁ ୧୫ଲକ୍ଷ ଡୋଜ ଟିକା ତୁରନ୍ତ ଯୋଗାଇ ଦେବା ପାଇଁ ମଙ୍ଗଳବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ପି.କେ. ମହାପାତ୍ର କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଥିଲେ ।

ତୁରନ୍ତ ଟିକା ଯୋଗାଇ ନଦେଲେ ରାଜ୍ୟରେ ଟିକାକରଣ ଗୁରୁତ୍ତର ପ୍ରଭାବିତ ହେବ ବୋଲି ଏହି ଚିଠିରେ ଉଲ୍ଲେଖ କରାଯାଇଛି । ରାଜ୍ୟ ସରକାରଙ୍କ ଏହି ଚିଠିର ଉତ୍ତର ଦେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ.ହର୍ଷବର୍ଦ୍ଧନ ଏକ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳକୁ ଆବଶ୍ୟକ ଟିକା ଯୋଗାଇ ଦିଆଯାଇଛି । ଏଠି ପ୍ରଶ୍ନ ଉଠୁଛି ସତ କିଏ କହୁଛନ୍ତି କେନ୍ଦ୍ର ନା ରାଜ୍ୟ ସରକାର?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!