Masthead

ଆଜିଠୁ ଟିକା ଉତ୍ସବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢିବାରେ ଲାଗିଛି କରୋନା ଗ୍ରାଫ । ଏହାକୁ ନେଇ ଚିନ୍ତାରେ ଦେଶବାସୀ । କେଉଁଠି ନାଇଟ କର୍ଫ୍ୟୁ ତ କେଉଁଠି ସପ୍ତାହନ୍ତ ଲକଡ଼ାଉନ ମଧ୍ୟ ଲାଗୁ ହେଲାଣି । କିଛି ଦିନ ହେବ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ପାର କରିଛି । ସର୍ବାଧିକ ଆକ୍ରାନ୍ତ ମହାରାଷ୍ଟ୍ରରୁ ଚିହ୍ନଟ ହୋଇଛନ୍ତି । ଅନ୍ୟ ରାଜ୍ୟଗୁଡ଼ିକରେ ମଧ୍ୟ ଏହା ଧିରେ ଧିରେ ବଢିବାରେ ଲାଗିଛି ।

ମହାମାରୀ କରୋନାକୁ ହରାଇବା ପାଇଁ ଆଜିଠାରୁ ଆରମ୍ଭ ହୋଇଛି ଟିକା ଉତ୍ସବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ଆସନ୍ତା ୧୪ ତାରିଖ ଯାଏଁ ସାରା ଦେଶରେ ଟିକା ଉତ୍ସବ ପାଳନ ହେବ। କରୋନା ନିୟନ୍ତ୍ରଣ ପାଇଁ ସାରା ଦେଶରେ ଟିକା ଉତ୍ସବର ଆୟୋଜନ କରାଯାଇଛି ।

ଲୋକମାନଙ୍କୁ କିଭଳି ଅଧିକରୁ ଅଧିକ ଟିକାକରଣ ପ୍ରକ୍ରିୟାରେ ସାମିଲ କରାଯାଇପାରିବ ସେ ନେଇ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଟିକା ନେଲା ପରେ ବି ମାସ୍କ ପିନ୍ଧିବା, ଅବହେଳା ନକରିବା ଏବଂ ସର୍ତକ ରହିବା ପାଇଁ କହିଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ ଏହି ଉତ୍ସବରେ ଯୋଗଦେବାକୁ ଜନସାଧାରଣଙ୍କୁ ଅପିଲ୍ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ