Masthead

ଆଜି ଟିକାର ସୁପ୍ରିମ ଶୁଣାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସୁପ୍ରିମକୋର୍ଟରେ କେନ୍ଦ୍ର ସରକାର ଦାଖଲ କରିଛନ୍ତି ସତ୍ୟପାଠ । ଯେଉଁଥିରେ ଟିକାକରଣ ନୀତିକୁ ବଜାୟ ରଖିବାକୁ କୁହାଯାଇଛି । ଗତକାଲି ବିଳମ୍ବିତ ରାତିରେ ଏହି ସତ୍ୟପାଠ ଦାଖଲ କରିଛନ୍ତି କେନ୍ଦ୍ର ସରକାର । ଟିକା ମୂଲ୍ୟରେ ଅସମାନତା, ଟିକାର ଅଭାବ, ବିଳମ୍ବ ଆଦି କାରଣ ଯୋଗୁ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଥିଲେ ସୁପ୍ରିମକୋର୍ଟ । ଯାହାକୁ ନେଇ ସତ୍ୟପାଠରେ କେନ୍ଦ୍ର ସରକାର କହିଛନ୍ତି ଯେ, ଟିକାକରଣ ନୀତିରେ ସୁପ୍ରିମକୋର୍ଟ ହସ୍ତକ୍ଷେପ ନକରନ୍ତୁ । ବିଚାର ବ୍ୟବସ୍ଥାରେ ହସ୍ତକ୍ଷେପ କଲେ ପରିଣାମ ଅଦ୍ଭୂତପୂର୍ବ ଏବଂ ଅଭାବନୀୟ ହେବ । ଏହାଛଡ଼ା କେନ୍ଦ୍ର ସରକାର ଆହୁରି ମଧ୍ୟ କହିଛନ୍ତି ଯେ, ଟିକା ତିଆରି କରୁଥିବା ଦୁଇଟି କମ୍ପାନୀ ସହ ଆଲୋଚନା କରି ସମ୍ପୂର୍ଣ୍ଣ ଦେଶରେ ଟିକାର ମୂଲ୍ୟ ସ୍ୱଳ୍ପ ରହିବା ସହ ଏକ ପ୍ରକାର ସମାନ ରହିଛି । ।

ସେହିପରି କେତେକ ରାଜ୍ୟ ୧୮ରୁ ୪୫ ବର୍ଷ ବୟସବର୍ଗର ବ୍ୟକ୍ତିଙ୍କୁ ମାଗଣା ଟିକା ଦିଆଯିବା ନେଇ ଘୋଷଣା କରିଛନ୍ତି । ତେବେ ଶ୍ମଶାନରେ କାର୍ଯ୍ୟ କରୁଥିବା କର୍ମୀ ଏବଂ ଗ୍ରାମାଞ୍ଚଳରେ ପଞ୍ଚାୟତ କର୍ମୀଙ୍କୁ ପ୍ରତ୍ୟକ୍ଷ ସେବାକାରୀ ତାଲିକା ଭୁକ୍ତ କରାଯାଇ ଟିକା ନେବାକୁ ଯେଗ୍ୟ ବିବେଚନା କରାଯାଇଛି । ତେବେ ସମ୍ବିଧାନର ଧାରା ୧୪ ଓ ୨୧ ଅନୁସାରେ ଟିକାର ମୂଲ୍ୟ କଥା ପୁନର୍ବିଚାର କରିବା ପାଇଁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଯାହାକୁ ନେଇ ସତ୍ୟପାଠ ଦାଖଲ କରିଛନ୍ତି କେନ୍ଦ୍ର ସରକାର ଯାହାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ