Masthead

ବିଭିନ୍ନ ରାଜ୍ୟ ବଢ଼ାଉଛନ୍ତି ତାଲାବନ୍ଦ ଅବଧି, କି ନିଷ୍ପତ୍ତି ନେବେ ଓଡ଼ିଶା ସରକାର?

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶର ୮୦ ପ୍ରତିଶତ ଅଞ୍ଚଳ ଏବେ ତାଲା ବନ୍ଦ ଥିବା ବେଳେ ୩ଟି ରାଜ୍ୟ ଏବଂ ଦୁଇଟି କେନ୍ଦ୍ର ଶାସିତ ଅଂଚଳ ଲକ ଡାଉନକୁ ବଢ଼ାଇବା ପାଇଁ ନିଷ୍ପତି ନେଇଛନ୍ତି । ରାଜଧାନୀ ଦିଲ୍ଲୀରେ କଟକଣା ସାମାନ୍ୟ କୋହଳ ହେବା ସହ ଜୁନ ୭ ତାରିଖ ସକାଳ ୫ଟା ଯାଏଁ ଲକଡାଉନକୁ ବଢ଼ାଇ ଦିଆଯାଇଛି । ସେପଟେ କେରଳ ମୁଖ୍ୟମନ୍ତ୍ରୀ ଜୁନ ୯ ତାରିଖ ଯାଏଁ ରାଜ୍ୟବ୍ୟାପି ତାଲାବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ପଡୁଚେରୀ, ମେଘାଳୟ ଓ ହିମାଚଳ ପ୍ରଦେଶରେ ମଧ୍ୟ ତାଲାବନ୍ଦ ଅବଧି ବୃଦ୍ଧି କରାଯାିଛି । ସେପଟେ ଓଡ଼ିଶାରେ ମଧ୍ୟ ଜୁନ ୧ ତାରିଖରେ ଲକଡାଉନ ଅବଧି ଶେଷ ହେବାକୁ ଥିବା ବେଳେ ଏଠାରେ କ’ଣ ହେବ ସେ ନେଇ ବହୁ କଳ୍ପନା ଜଳ୍ପନା ଆରମ୍ଭ ହୋଇଯାଇଛି । ତେବେ ଦେଶରେ ଦୈନିକ ସଂକ୍ରମଣ ସାମାନ୍ୟ କମିବାରେ ଲାଗିଛି । ଓଡ଼ିଶାରେ ମଧ୍ୟ ସଂକ୍ରମଣ ହାର କମୁଥିବା ବେଳେ ସଂକ୍ରମଣ ହାର ୧୪% ରହୁଛି । ଆଗକୁ ବିଭିନ୍ନ ଓଷା, ବାର, ବ୍ରତ ଆସୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ କେଉଁଭଳି ନିଷ୍ପତ୍ତି ନେବ ତାହା ସନ୍ଧ୍ୟା ୬ଟା ୩୦ରେ ସ୍ପଷ୍ଟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ