Masthead

ବଢୁଛି ପନିପରିବାରଦର, ଦେଖାଯାଉଛି ଶୀତଳଭଣ୍ଡାରର ଅଭାବ

ବରଗଡ(ବଡ଼ଖବରବ୍ୟୁରୋ):ବରଗଡ଼ ଜିଲ୍ଲାରେ ବି ପନିପରିବା ବଜାରରେ ନିଆଁ । ଗାଁ ଠୁ ନେଇ ସହର,ସବୁଠି ପରିବା ଦରକୁ ନେଇ ହା ହା କାର । ୮୦ ତଳକୁ ବଜାରରେ ପନିପରିବା ନାହିଁ । ଲଗାତାର ଭାବେ ବଢିଚାଲିଛି ପରିବା ଦର । ଗତକାଲି ଯାହା ୬୦ ଥିଲା ଆଜି ୮୦ ପାର୍ । ବଜାରରୁ ଘର, ଘରଠୁ ହୋଟେଲ ସବୁଠି ପରିବା ଚର୍ଚ୍ଚା । ବର୍ଦ୍ଧିତ ଦରରେ କେବେ ଲାଗିବ ରୋକ୍  ସେନେଇ ଚିନ୍ତାରେ ଖାଉଟି । ଏପଟେ ଆମଦାନୀ ସ୍ୱାଭାବିକ  ହୋଇପାରିଲେ ଦରଦାମରେ ପରିବର୍ତ୍ତନ ଆସିବା ନେଇ ଆଶାବାଦୀ ବ୍ୟବସାୟୀ । ଗୋଟେପଟେ ରାଜ୍ୟରେ ପନିପରିବାଦର ଆକାଶ ଛୁଆଁ ହୋଇଥିବାବେଳେ ଅନ୍ୟପଟେ ଆମ ରାଜ୍ୟର ବରଗଡ ଜିଲ୍ଲାରେ ଅମଳ ପରିବାକୁ ସଂରକ୍ଷିତ କରି ରଖିବା ଲାଗି ସଙ୍କଟ ଦେଖାଦେଇଛି । ଆମ ରାଜ୍ୟର ବରଗଡ ଜିଲ୍ଲା ଏକ ଚାଷୀ ବହୁଳ ଜିଲ୍ଲା ହୋଇଥିବାବେଳେ ଏଠାରେ ଶୀତଳ ଭଣ୍ଡାରର ଅଭାବ ଦେଖାଯାଇଛି । ଯାଦ୍ୱାରା ଅମଳ ପରିବାକୁ ସୁରକ୍ଷିତ ରଖିବା ଚାଷୀଙ୍କ ପାଇଁ କଷ୍ଟସାଧ୍ୟ ହୋଇଛି । ସଂରକ୍ଷଣ ବ୍ୟବସ୍ଥା ନଥିବା ଯୋଗୁଁ ଚାଷୀମାନେ ଅମଳ ପରିବାକୁ କମ୍ ଦରରେ ବିକ୍ରି କରିବାକୁ ବାଧ୍ୟ ହୋଇଥାନ୍ତି। ଏପରିକି ବିଭିନ୍ନ ସମୟରେ ପରିବା ଦର ଏତେ ତଳକୁ ଖସିଯାଇଥାଏ ଯେ, ଚାଷୀ କେତେବେଳେ ପରିବାର କିଆରୀରେ ଟ୍ରାକ୍ଟର ମଡ଼ାଇ ଦିଏ ତ ଆଉ କେତେବେଳେ ଅମଳ ପରିବାକୁ ବଜାରରେ ଢ଼ାଳି ଦେଇ ଘରକୁ ଫେରିଥାଏ। କିନ୍ତୁ ଏଭଳି ଦିନ ଆସିଥାଏ, ଚାଷୀ ଯେଉଁ ପରିବାକୁ ଶସ୍ତାରେ ବିକି ଦେଇଥାନ୍ତି, କିଛିଦିନ ପରେ ସେହି ପରିବା ଦର ଆକାଶ ଛୁଆଁ ହୋଇପଡ଼େ ଏବଂ ଚାଷୀଙ୍କ ଲାଭ ସମ୍ପୃକ୍ତ ବ୍ୟବସାୟୀଙ୍କ ହାତକୁ ଚାଲି ଯାଇଥାଏ। ବରଗଡ଼ ଜିଲାରେ ବର୍ତ୍ତମାନ ଏଭଳି ସ୍ଥିତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ