Masthead

ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ

ସୋରୋ (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଅଲ୍ଲିପୁର ଛକ ନିକଟରୁ ବିପୁଳ ପରିମାଣର ବିସ୍ପୋରକ ଜବତ । ପିକଅପ ଭ୍ୟାନ କଟକରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଏକ ଅଜଣା ଗାଡିକୁ ଧକ୍କା ଦେଇଥିଲା । ସ୍ଥାନୀୟ ଲୋକେ ଦୁର୍ଘଟଣାଗ୍ରସ୍ତ ପିକଅପରେ ବିସ୍ଫୋରକ ଥିବା ଜାଣିବାକୁ ପାଇଥିଲେ ।

ଯାହାକୁ ନେଇ ହାଇୱେ ପୋଲିସକୁ ଖବର ଦେଇଥିଲେ । ପରେ ହାଇୱେ ପୋଲିସ ପିକଅପଟିକୁ ଜବତ କରି ସୋର ପୋଲିସକୁ ହସ୍ତାନ୍ତର କରିଛି । ଜବତ ପିକଅପଟି ଏକ ଅଜଣା ଟ୍ରକ ପଛକୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ପିକଅପ ଡ୍ରାଇଭର ଫେରାର ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ କରୁଛି । ଉକ୍ତ ବିସ୍ପୋରକ ଗାଡିଟି ବାଗୁଡି ପଥର ଖଦାନକୁ ଯାଉଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି । ପ୍ରଶାସନ ନିରବ ଦ୍ରଷ୍ଟା ସାଜିଥିବା ବେଳେ ଏହି ବିସ୍ପୋରକ ବ୍ୟବହାର କରି ମାଫିଆ ମାନେ ବନ୍ଦ ଥିବା ଖଦାନରୁ କୋଟି କୋଟି ଟଙ୍କାର ପଥର ଲୁଟ୍‌ କରୁଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ