Masthead

୩ ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଖପାଖି ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ହେବ ଭଲ ବର୍ଷା। ଉତ୍ତର ପଶ୍ଚିମ ବଙ୍ଗୋସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବର୍ତ୍ତମାନ ଏକ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ରୁ ୫.୮ କିମି ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ଢଳି ରହିଛି ।

ଏହାଛଡ଼ା ପୁଣି ଥରେ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଓଡ଼ିଶା ସମେତ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ତେଣୁ ବର୍ଷାର ପରିମାଣ ବଢିପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ। ଆଜି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ। ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ।

ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୮ ତାରିଖରେ କେନ୍ଦୁଝର ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡା, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ୨୦ ତାରିଖ ଯାଏଁ କିଛି କିଛି ସ୍ଥାନରେ ବର୍ଷା ଲାଗି ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି