Masthead

ଦୁଇ ଜିଲ୍ଲାକୁ ଅରେଞ୍ଜ  ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୮ ତାରିଖ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହେବା ନେଇ ପାଣିପାଗ କେନ୍ଦ୍ରର ସୂଚନା । ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କି.ମି ପବନ ପୂର୍ବାନୁମାନ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବିଶେଷ ପରାମର୍ଶ ।  ୨୫ ତାରିଖ (ସୋମବାର) କେନ୍ଦ୍ରାପଡ଼ା  ଓ ଜଗତ୍‌ସିଂହପୁରରେ ପ୍ରବଳରୁ ଅତିପ୍ରବଳ  ବର୍ଷା ହୋଇପାରେ ।

ଏହି ଦୁଇ ଜିଲ୍ଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ  ୱାର୍ଣ୍ଣିଂ ଜାରି କରିଛି । କେନ୍ଦୁଝର, ମୟୂରଭଞ୍ଜ,  ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକର  କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୬  ତାରିଖରେ କନ୍ଧମାଳ ଓ ଗଜପତିରେ ପ୍ରବଳରୁ  ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ  ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, ରାୟଗଡ଼ା,  ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ ଓ  କେନ୍ଦୁଝରରେ ଭାରୀ ବର୍ଷା ଆଶଙ୍କା ଅଛି ।  ୨୭ ଓ ୨୮ ତାରିଖରେ ଦକ୍ଷିଣ ଓଡ଼ିଶା ଓ  ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା  ହୋଇପାରେ ବୋଲି ଆକଳନ କରାଯାଇଛି ।

ଗତ ୨୪ ଘଣ୍ଟାରେ ବୈତରଣୀ ବେସିନ୍‌ କେନ୍ଦୁଝର  ଓ ଝାଡ଼ଖଣ୍ଡରେ ୪୨.୫୭ମିମି ବର୍ଷା ହୋଇଛି ।  ଉପର ବ୍ରାହ୍ମଣୀରେ ୩୫ମିମି ବର୍ଷା ଓ ଉପର  ମହାନଦୀରେ ୩୧ମିମି ବର୍ଷା ହୋଇଛି । ବଂଶଧାରା  ଓ ବୁଢ଼ାବଳଙ୍ଗରେ ପାଣି ଅଧିକ ଥିଲେ ବି କମିଯିବ । ବୈତରଣୀରେ ଗତକାଲି ବର୍ଷା ହୋଇଛି ।  ବନ୍ୟା ହୋଇଛି, ଆଗକୁ ଆହୁରି ବଢ଼ିବ ।  ସୁବର୍ଣ୍ଣରେଖାରେ ବିପଦ ସଙ୍କେତ ଉପରେ ଜଳ  ପ୍ରବାହିତ ହେଉଛି । ହୀରାକୁଦ ଉପରମୁଣ୍ଡରେ  ପ୍ରବଳ ବର୍ଷା ଯୋଗୁ ଜଳସ୍ତର ବଢ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା