ଭୁବନେଶ୍ୱରରେ ଉପରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରିଥିଲେ । କଡ଼ା ପୋଲିସ ପ୍ରହରା ଭିତରେ ସେଠାରୁ ରାଜଭବନ ଯାଇଛନ୍ତି ଉପରାଷ୍ଟ୍ରପତି। ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନରେ ଉପରାଷ୍ଟ୍ରପତି କଟକ ଯିବେ ।

ବିଜୁ ପଟ୍ଟନାୟକ ଛକରେ ଥିବା ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀ କାର୍ଯ୍ୟକ୍ରମରେ ସେ ଯୋଗଦେବେ । ଏଥିସହ ଶାରଳା ସାହିତ୍ୟ ସଂସଦର ୪୦ତମ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବେ। ପରେ ଭୁବନେଶ୍ୱର ଫେରି ରାଜଭବନରେ ରାତ୍ରିଯାପନ କରିବେ । ଏପ୍ରିଲ ୩ ତାରିଖରେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେବେ ।

ପୂର୍ବାହ୍ନ ୧୦ଟା ୨୦ ରେ ବାଣୀବିହାର କ୍ୟାମ୍ପସରେ ପହଞ୍ଚି ସେଠାରେ ୧୧ ଟା ୩୦ ପର୍ୟ୍ୟନ୍ତ ରହିବା ପରେ ପୁଣି ରାଜଭବନ ଫେରି ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍ନ ୫ଟା ସମୟରେ ସେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’