Masthead

ଭୁବନେଶ୍ୱରରେ ଉପରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରିଥିଲେ । କଡ଼ା ପୋଲିସ ପ୍ରହରା ଭିତରେ ସେଠାରୁ ରାଜଭବନ ଯାଇଛନ୍ତି ଉପରାଷ୍ଟ୍ରପତି। ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନରେ ଉପରାଷ୍ଟ୍ରପତି କଟକ ଯିବେ ।

ବିଜୁ ପଟ୍ଟନାୟକ ଛକରେ ଥିବା ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀ କାର୍ଯ୍ୟକ୍ରମରେ ସେ ଯୋଗଦେବେ । ଏଥିସହ ଶାରଳା ସାହିତ୍ୟ ସଂସଦର ୪୦ତମ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବେ। ପରେ ଭୁବନେଶ୍ୱର ଫେରି ରାଜଭବନରେ ରାତ୍ରିଯାପନ କରିବେ । ଏପ୍ରିଲ ୩ ତାରିଖରେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେବେ ।

ପୂର୍ବାହ୍ନ ୧୦ଟା ୨୦ ରେ ବାଣୀବିହାର କ୍ୟାମ୍ପସରେ ପହଞ୍ଚି ସେଠାରେ ୧୧ ଟା ୩୦ ପର୍ୟ୍ୟନ୍ତ ରହିବା ପରେ ପୁଣି ରାଜଭବନ ଫେରି ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍ନ ୫ଟା ସମୟରେ ସେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା