Masthead

ପୂର୍ବ ଶତ୍ରୁତାରୁ କେନ୍ଦ୍ର କରି ପୂର୍ବତନ ଉପସଭାପତିଙ୍କୁ ମରଣାନ୍ତକ ଆକ୍ରମଣ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ):  ଜତସିଂହପୁର ଜିଲ୍ଲା ବିଜେପିର ପୂର୍ବତନ ଉପସଭାପତି ଅଜିତ ଦାସଙ୍କୁ ମରଣାନ୍ତକ ଆକ୍ରମଣ । ପୂର୍ବ ଶତ୍ରୁତାରୁ କେନ୍ଦ୍ର କରି ଆକ୍ରମଣ ହୋଇଥିବା ସୂଚନା । ଆକ୍ରମଣରେ ଅଜିତଙ୍କ ଦୁଇ ଗୋଡ ଭାଙ୍ଗି ଯାଇଛି। ଏହାସହ ତାଙ୍କ ହାତ, ମୁହଁ ସମେତ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଅଜିତ ନିଜ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ପାରାଦୀପ ଜଗନ୍ନାଥ ମନ୍ଦିର ନିକଟ ବଙ୍ଗାଳିପଡା ବସ୍ତି ନିକଟରେ ୬ରୁ ୭ ଜଣ ଯୁବକ ତାଙ୍କୁ ଅଟକାଇଥିଲେ।

ପରେ ଯୁବକମାନେ ଅତର୍କିତ ଭାବେ ଅଜିତଙ୍କୁ ଲୁହା ରଡ୍ ଏବଂ କାଠ ଫାଳିଆରେ ନିର୍ଧୂମ ମାଡ଼ ମାରିଥିଲେ। ପରେ ସେଠାରୁ ଯୁବକମାନେ ଚମ୍ପଟ ମାରିଥିଲେ। ଅଜିତ ଗୁରୁତର ଅବସ୍ଥାରେ ରାସ୍ତାକଡ଼ରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଏହାସହ ଅଜିତଙ୍କୁ ଅଠରବାଙ୍କି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅଜିତଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ରାଜନୈତିକ ଶତ୍ରୁତା କାରଣ ଯୋଗୁ ଅଜିତଙ୍କୁ ଯୁବକମାନେ ଆକ୍ରମଣ କରିଥିବା ସନ୍ଦେହ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର