ଆସନ୍ତାକାଲି ବିଦ୍ୟାଭାରତୀଙ୍କୁ ଜେରା

ଖଇରା(ବଡ଼ ଖବର ବ୍ୟୁରୋ): ପୁଣି ଜେରା ହେବେ ବିଦ୍ୟାଭାରତୀ । ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ଆସନ୍ତାକାଲି ଜେରା କରିବ କ୍ରାଇମ୍‌ବ୍ରାଞ୍ଚ ଟିମ୍ । ଆସନ୍ତାକାଲି ସୌମ୍ୟଙ୍କ ପରିବାର ଲୋକଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ । ଏହାପରେ ବିଦ୍ୟାଭାରତୀଙ୍କ ବୟାନ ରେକର୍ଡ କରାଯିବ । ଜେରାରେ ସାହାଯ୍ୟ କରିବା ପାଇଁ କ୍ରାଇମ୍‌ ଏଗେନ୍‌ଷ୍ଟ ଓ୍ୱିମେନ୍ ଓ୍ୱିଙ୍ଗର ଦୁଇ ଜଣ ମହିଳା ଅଧିକାରୀ ସାମିଲ ହେବେ । ବିଦ୍ୟାଙ୍କୁ ଜେରା ପାଇଁ କ୍ରାଇମବ୍ରାଞ୍ଚ ପ୍ରସ୍ତୁତ କରିଛି ପ୍ରଶ୍ନର ଲମ୍ବା ତାଲିକା । ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି ।

ଏସିଏଫ ସୌମ୍ୟଙ୍କ ପରିବାର ପକ୍ଷରୁ କରାଯାଇଥିବା ଅଭିଯୋଗରେ ପୂରା ଘଟଣା ପାଇଁ ବିଦ୍ୟାଭାରତୀ, ଡିଏଫଓ ଓ ରୋଷେୟାଙ୍କୁ ଦାୟୀ କରାଯାଇଥିଲା । ପୋଲିସ ପକ୍ଷରୁ ସେମାନଙ୍କୁ କ୍ଲିନ୍‌ ଚିଟ୍‌ ଦିଆଯାଇଥିଲେ ମଧ୍ୟ ରୋଷେୟା ଓ ଡିଏଫଓଙ୍କୁ ମାରାଥନ୍‌ ଜେରା କରିଛି କ୍ରାଇମବ୍ରାଞ୍ଚ । ଡିଏଫଓଙ୍କ ଉତ୍ତରକୁ ବିଦ୍ୟାଭାରତୀଙ୍କୁ ଜେରା ବେଳେ କ୍ରସ ଚେକ୍‌ କରିପାରେ କ୍ରାଇମବ୍ରାଞ୍ଚ । ପାରଳା ପୋଲିସ ଦୁଇ ଥର ବିଦ୍ୟାଭାରତୀଙ୍କୁ ଜେରା କରିଥିଲେ ବି ସନ୍ତୁଷ୍ଟ ହୋଇନି । ଆଉ ଏଥର କପ୍ତିପଦାରେ ସୌମ୍ୟ ମୃତ୍ୟୁର କାରଣ ଖୋଜିବ କ୍ରାଇମବ୍ରାଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ