Masthead

ଆସନ୍ତାକାଲି ବିଦ୍ୟାଭାରତୀଙ୍କୁ ଜେରା

ଖଇରା(ବଡ଼ ଖବର ବ୍ୟୁରୋ): ପୁଣି ଜେରା ହେବେ ବିଦ୍ୟାଭାରତୀ । ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ଆସନ୍ତାକାଲି ଜେରା କରିବ କ୍ରାଇମ୍‌ବ୍ରାଞ୍ଚ ଟିମ୍ । ଆସନ୍ତାକାଲି ସୌମ୍ୟଙ୍କ ପରିବାର ଲୋକଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ । ଏହାପରେ ବିଦ୍ୟାଭାରତୀଙ୍କ ବୟାନ ରେକର୍ଡ କରାଯିବ । ଜେରାରେ ସାହାଯ୍ୟ କରିବା ପାଇଁ କ୍ରାଇମ୍‌ ଏଗେନ୍‌ଷ୍ଟ ଓ୍ୱିମେନ୍ ଓ୍ୱିଙ୍ଗର ଦୁଇ ଜଣ ମହିଳା ଅଧିକାରୀ ସାମିଲ ହେବେ । ବିଦ୍ୟାଙ୍କୁ ଜେରା ପାଇଁ କ୍ରାଇମବ୍ରାଞ୍ଚ ପ୍ରସ୍ତୁତ କରିଛି ପ୍ରଶ୍ନର ଲମ୍ବା ତାଲିକା । ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି ।

ଏସିଏଫ ସୌମ୍ୟଙ୍କ ପରିବାର ପକ୍ଷରୁ କରାଯାଇଥିବା ଅଭିଯୋଗରେ ପୂରା ଘଟଣା ପାଇଁ ବିଦ୍ୟାଭାରତୀ, ଡିଏଫଓ ଓ ରୋଷେୟାଙ୍କୁ ଦାୟୀ କରାଯାଇଥିଲା । ପୋଲିସ ପକ୍ଷରୁ ସେମାନଙ୍କୁ କ୍ଲିନ୍‌ ଚିଟ୍‌ ଦିଆଯାଇଥିଲେ ମଧ୍ୟ ରୋଷେୟା ଓ ଡିଏଫଓଙ୍କୁ ମାରାଥନ୍‌ ଜେରା କରିଛି କ୍ରାଇମବ୍ରାଞ୍ଚ । ଡିଏଫଓଙ୍କ ଉତ୍ତରକୁ ବିଦ୍ୟାଭାରତୀଙ୍କୁ ଜେରା ବେଳେ କ୍ରସ ଚେକ୍‌ କରିପାରେ କ୍ରାଇମବ୍ରାଞ୍ଚ । ପାରଳା ପୋଲିସ ଦୁଇ ଥର ବିଦ୍ୟାଭାରତୀଙ୍କୁ ଜେରା କରିଥିଲେ ବି ସନ୍ତୁଷ୍ଟ ହୋଇନି । ଆଉ ଏଥର କପ୍ତିପଦାରେ ସୌମ୍ୟ ମୃତ୍ୟୁର କାରଣ ଖୋଜିବ କ୍ରାଇମବ୍ରାଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର